ଅପରାଧ ରାଜ୍ୟ

ବାପପୁଅଙ୍କ ଉପରକୁ ଗୁଳିମାଡ଼ କଲେ ଦୁର୍ବୃତ୍ତ: ଉଭୟେ ଗୁରୁତର

ନୂଆପଡ଼ା: ବାଇକରେ ଯାଉଥିବା ବେଳେ ବାପପୁଅଙ୍କ ଉପରକୁ ଆଖିବୁଜା ଗୁଳିମାଡ଼ କଲେ ଦୁର୍ବୃତ୍ତ। ଏଥିରେ ଉଭୟ ବାପପୁଅ ଗୁରୁତର ହୋଇଛନ୍ତି। ଦୁହିଁଙ୍କୁ ପ୍ରଥମେ ସିନାପାଲି ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା ଓ ପରେ ନୂଆପଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଛି।

ସୂଚନା ଅନୁଯାୟୀ, ସିନାପାଲିର ଦୁଇ କପଡ଼ା ବ୍ୟବସାୟୀ ସରୋଜ ମେହେର ଓ ପୁଅ ନବରଂଜନ ମେହେର ଆଜି ଦିନ ପ୍ରାୟ ୧୧ଟା ବେଳେ ଘରୁ ବେପାର ଲାଗି ବାହାରିଥିଲେ। ଉଭୟ ଏକ ବାଇକରେ ଯାଉଥିବା ବେଳେ ସ୍ଥାନୀୟ ରାବଣ ଛକରେ କିଛି ଦୁର୍ବୃତ୍ତ ଉଭୟଙ୍କ ପିଛା କରିଥିଲେ। ଦୁର୍ବୃତ୍ତମାନେ ଏକ କାରରେ ପଛରୁ ଆସି ଆଖିବୁଜା ଗୁଳିମାଡ଼ କରିଥିଲେ। ଏହି ଗୁଳିମାଡ଼ରେ ଉଭୟ ବାପପୁଅ ଗୁରୁତର ହୋଇଛନ୍ତି। ସେମାନଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି ପ୍ରଥମେ ସିନାପାଲି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେମାନଙ୍କ ଅବସ୍ଥା ସଂକଟାପନ୍ନ ହେବାରୁ ନୂଆପଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଛି। ତେବେ ଗୁଳିମାଡ଼ର କାରଣ ଏଯାଏଁ ଅସ୍ପଷ୍ଟ ରହିଛି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।