ରାଜ୍ୟ

ବାସୁଦେବପୁର ଓ ତିହିଡ଼ିରେ ପାଣ୍ଡିଆନଙ୍କ ନିର୍ବାଚନ ପ୍ରଚାର: ସରକାର ଗଠନ ପାଇଁ ନମ୍ବର ପାଇସାରିଛୁ

ଭୁବନେଶ୍ବର: ବିଜୁ ଜନତା ଦଳର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଆଜି ଭଦ୍ରକ ଲୋକସଭା କ୍ଷେତ୍ରର ବାସୁଦେବପୁର ଓ ତିହିଡ଼ିରେ ନିର୍ବାଚନ ପ୍ରଚାର କରିଛନ୍ତି। ସେ କହିଛନ୍ତି ଯେ ବର୍ତ୍ତମାନ ସୁଦ୍ଧା ଓଡିଶାର ୩ଟି ପର୍ଯ୍ୟାୟ ନିର୍ବାଚନରେ ଆମେ ସଂଖ୍ୟା ଗରିଷ୍ଠତା ହାସଲ କରିସାରିଛୁ। ତିନି ପର୍ଯ୍ୟାୟରେ ଓଡିଶାର ୧୦୫ଟି ସିଟ୍‌ରେ ନିର୍ବାଚନ ସରିଯାଇଛି। ମହାପ୍ରଭୁଙ୍କ ଆଶୀର୍ବାଦରୁ ବର୍ତ୍ତମାନ ସୁଦ୍ଧା ଆମେ ନମ୍ବର ପାଇ ସାରିଛୁ। ନିର୍ବାଚନ ଫଳ ବାହାରିଲେ ଆପଣମାନେ ଦେଖିବେ। ପାଣ୍ଡିଆନ ପୁଣି କହିଥିଲେ, ମହାପ୍ରଭୁଙ୍କ ଆଶୀର୍ବାଦରୁ ଜୁନ୍‌ ୯ ତାରିଖରେ ନବୀନ ପଟ୍ଟନାୟକ ପୁଣି ଥରେ ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ନେବେ। ମୁଖ୍ୟମନ୍ତ୍ରୀ ସବୁବେଳେ ଆପଣଙ୍କ ପଛରେ ଠିଆ ହୋଇ ରହିଛନ୍ତି, ଆପଣଙ୍କ ସୁଖ ଦୁଃଖରେ ଅଛନ୍ତି।

ବିଜେପିର ପ୍ରତିଶ୍ରୁତି ସମ୍ପର୍କରେ ପାଣ୍ଡିଆନ କହିଲେ ଯେ ଡବଲ ଇଞ୍ଜିନ ରାଜ୍ୟରେ ୫ ପ୍ରତିଶତ ପିଲା ବି ଛାତ୍ରବୃତ୍ତି ପାଉନାହାନ୍ତି। ନବୀନ ବାବୁଙ୍କ ରାଜ୍ୟରେ ୯୮ ପ୍ରତିଶତ ପିଲା ଛାତ୍ରବୃତ୍ତି ପାଇବେ। ବିଏସ୍‌କେୱାଇରେ ଶତ ପ୍ରତିଶତ ପରିବାର ସାମିଲ ହେବେ। ଆୟୁଷ୍ମାନ ଯୋଜନାରେ କେବଳ ବିପିଏଲ୍‌ ପରିବାର ଏହି ସୁବିଧା ପାଇବେ, ଅନ୍ୟମାନେ ପାଇବେ ନାହିଁ। ମମତା ଯୋଜନାରେ ନବୀନ ବାବୁଙ୍କ ସରକାର ମା’ ମାନଙ୍କୁ ୧୦ ହଜାର ଟଙ୍କା ଦେଉଛନ୍ତି, ଡବଲ ଇଞ୍ଜିନ ସରକାର ୬ ହଜାର ଟଙ୍କା ଦେଉଛନ୍ତି। ସାମାଜିକ ସୁରକ୍ଷା ଯୋଜନାରେ ଡବଲ ଇଞ୍ଜିନ ସରକାର ୩୦୦ ଟଙ୍କା ଭତ୍ତା ଦେଉଛନ୍ତି, ଆମେ ଦେଉଛୁ ୧ ହଜାର ଟଙ୍କା। ଏବେ ନୂଆ ଘୋଷଣା କରିଛନ୍ତି ମା’ମାନଙ୍କୁ ୫୦ ହଜାର ଟଙ୍କା ଦେବେ। ୨୦୧୪ରେ କହିଥିଲେ ପ୍ରତ୍ୟେକଙ୍କୁ ୧୫ ଲକ୍ଷ ଟଙ୍କା ଦେବେ, କୁଆଡ଼େ ଗଲା? ଦରଦାମ କମିଲା କି? ସେମାନେ ଯାହା ବି କହୁଛନ୍ତି ସବୁ ମିଛ କଥା କହୁଛନ୍ତି। ନିର୍ବାଚନ ସମୟରେ ବଡ଼ ବଡ଼ କଥା କହିବେ, ନିର୍ବାଚନ ସରିଗଲେ ଦେଖା ମିଳିବ ନାହିଁ। ଏହି ସଭାରେ ସେ ବିଶିଷ୍ଟ ଜନନେତା ସ୍ୱର୍ଗତ ନୀଳମଣି ରାଉତରାୟ ଓ ବିଜୟଶ୍ରୀ ରାଉତରାୟଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଥିଲେ। ସେ କହିଲେ ଯେ ଏ ଦୁଇ ରାଜନେତା ଏବେ ବି ଆପଣମାନଙ୍କ ହୃଦୟରେ ଅଛନ୍ତି। ଆମ ସମସ୍ତଙ୍କ ସମ୍ମାନ ଓ ମୁଖ୍ୟମନ୍ତ୍ରୀଙ୍କ ସମ୍ମାନ ରକ୍ଷା ଦୃଷ୍ଟିରୁ ତାଙ୍କ ପୁଅଙ୍କୁ ରେକର୍ଡ ମାର୍ଜିନ୍‌ରେ ଜିତାଇବା ପାଇଁ ସେ ଅନୁରୋଧ କରିଥିଲେ।

ଲୋକଙ୍କୁ ବିକାଶ କାମର ହିସାବ ଦେଇ ସେ କହିଲେ ଯେ ମୁଖ୍ୟମନ୍ତ୍ରୀ ଚୂଡାମଣି ଫିସ୍‌ ଲ୍ୟାଣ୍ଡିଂ ସେଣ୍ଟର ପାଇଁ ୮୦ କୋଟି ଏବଂ ଐତିହାସିକ ସ୍ମୃତି ପୀଠ ଇରମର ବିକାଶ ପାଇଁ ୨.୫୦ କୋଟି ଟଙ୍କା ଯୋଗାଇ ଦେଇଛନ୍ତି। ତିହିଡିରେ ନୂଆ ଫାୟାର ଷ୍ଟେସନ ହୋଇଛି। କାର୍ଯ୍ୟକ୍ରମରେ ଭଦ୍ରକ ସାଂସଦ ପ୍ରାର୍ଥୀ ମଞ୍ଜୁଲତା ମଣ୍ଡଳ, ବାସୁଦେବପୁର ବିଧାୟକ ପ୍ରାର୍ଥୀ ବିଷ୍ଣୁବ୍ରତ ରାଉତରାୟ ଓ ଚାନ୍ଦବାଲି ବିଧାୟକ ପ୍ରାର୍ଥୀ ବ୍ୟୋମକେଶ ରାୟ ପ୍ରମୁଖ ଉଦ୍‌ବୋଧନ ଦେଇଥିଲେ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।