ରାଜ୍ୟ

ବାହାନଗା ଟ୍ରେନ୍‌ ଦୁର୍ଘଟଣା ମାମଲା: ୩ ଅଭିଯୁକ୍ତଙ୍କୁ ପୁଣି ୪ ଦିନ ରିମାଣ୍ଡରେ ନେଲା ସିବିଆଇ

ଭୁବନେଶ୍ବର: ବାହାନଗା ଟ୍ରେନ୍‌ ଦୁର୍ଘଟଣା ମାମଲାରେ ଗିରଫ ୩ ଅଭିଯୁକ୍ତ ଅରୁଣ କୁମାର ମହାନ୍ତ, ମହମ୍ମଦ ଅମିର ଖାନ୍ ଓ ପପୁ କୁମାରଙ୍କୁ ପୁଣି ୪ ଦିନିଆ ରିମାଣ୍ଡରେ ନେଇଛି ସିବିଆଇର ସ୍ବତନ୍ତ୍ର ତଦନ୍ତକାରୀ ଦଳ। ରିମାଣ୍ଡ ଅବଧି ଶେଷ ପୂର୍ବରୁ ୩ ଅଭିଯୁକ୍ତଙ୍କୁ ସ୍ବତନ୍ତ୍ର ସିବିଆଇ କୋର୍ଟରେ ହାଜର କରାଯାଇଥିଲା। ସିବିଆଇ ପକ୍ଷରୁ ୫ଦିନ ରିମାଣ୍ଡ ଆବେଦନ କରାଯାଇଥିବା ବେଳେ କୋର୍ଟ ୪ଦିନ ମଞ୍ଜୁର କରିଥିଲେ। ଅଧିକ ତଥ୍ୟ କାଢ଼ିବା ସହ ଆଉ କାହାର ସମ୍ପୃକ୍ତି ରହିଛି, ସେନେଇ ସିବିଆଇ ଜୋରଦାର ଜେରା କରିବ ବୋଲି ଜଣାପଡ଼ିଛି।

ତିନି ଅଭିଯୁକ୍ତଙ୍କ ସହ ୪କର୍ମଚାରୀଙ୍କୁ ମୁହାଁମୁହିଁ ଜେରା କରାଯାଇଥିବା ବେଳେ ଆଉ କିଛି କର୍ମଚାରୀଙ୍କୁ ଜେରା କରିବାକୁ ଯୋଜନା ରଖିଛି ତଦନ୍ତକାରୀ ଟିମ୍। ଷ୍ଟେସନ୍ ମାଷ୍ଟରଙ୍କୁ ତଦନ୍ତ ପରିସରଭୁକ୍ତ କରାଯାଇଛି। ଗିରଫଦାରୀ ସଂଖ୍ୟା ବଢ଼ିବ ବୋଲି କୁହାଯାଉଛି। ଚାର୍ଜସିଟ୍ ଦାଖଲ ପାଇଁ ସିବିଆଇ ଅଧିକ ତଥ୍ୟ ପ୍ରମାଣ ହାସଲ କରିବ ବୋଲି ଜଣାପଡ଼ିଛି। ଗିରଫ ତିନି ଅଭିଯୁକ୍ତଙ୍କ ମଧ୍ୟରୁ ସିନିଅର୍ ସେକ୍ସନ୍ ଇଞ୍ଜିନିୟର ଅରୁଣ କୁମାର ମହାନ୍ତ ଓ ସେକ୍ସନ୍ ଇଞ୍ଜିନିୟର ମହମ୍ମଦ ଅମିର ଖାନ୍ କୋର୍ଟରେ ଜାମିନ ଆବେଦନ କରିଛନ୍ତି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।