ଦେଶ ବିଦେଶ ସ୍ପେଶାଲ ରିପୋର୍ଟ

ବାହାନଗା ଟ୍ରେନ ଦୁର୍ଘଟଣାରେ ୧୨୫ କୋଟି କ୍ଷତି

ନୂଆଦିଲ୍ଲୀ : ବାଲେଶ୍ବରର ବାହାନଗାରେ ହୋଇଥିବା ଭୟାବହ ଟ୍ରେନ ଦୁର୍ଘଟଣାରେ ବର୍ତ୍ତମାନ ସୁଦ୍ଧା ଦକ୍ଷିଣ-ପୂର୍ବ ରେଳପଥର ୧୨୩ କୋଟି ଟଙ୍କାରୁ ଅଧିକ କ୍ଷତି ହୋଇଛି। ଏହି ପରିମାଣ ୨୫୦ କୋଟି ଟଙ୍କାକୁ ବୃଦ୍ଧିପାଇବା ସମ୍ଭାବନା ରହିଛି। ଦୁର୍ଘଟଣା ପର ଠାରୁ ପ୍ରତିଦିନ ୧୦୦ଟି ମାଲବୁହା ଟ୍ରେନ୍‌ର ଚଳାଚଳ ପ୍ରଭାବିତ ହୋଇଛି। ଏହା ବାଦ୍‌ ଇଞ୍ଜିନ୍‌, ବଗି ଓ ଲାଇନ ସମେତ ଅନ୍ୟାନ୍ୟ ସଂପଦ କ୍ଷତିଗ୍ରସ୍ତ ଯୋଗୁ ରେଳପଥକୁ କୋଟି କୋଟି ଟଙ୍କାର କ୍ଷତି ସହିବାକୁ ପଡ଼ିଛି। ଏଥି ସହିତ ମୃତକ ଯାତ୍ରୀମାନଙ୍କ ପରିଜନଙ୍କୁ ଓ ଆହତମାନଙ୍କୁ କ୍ଷତିପୂରଣ ପାଇଁ ରେଳବାଇକୁ ଅତିରିକ୍ତ ଅର୍ଥ ବ୍ୟୟ କରିବାକୁ ପଡ଼ୁଛି।

ବିଶେଷଜ୍ଞମାନଙ୍କ କହିବା ଅନୁସାରେ କ୍ଷତିଗ୍ରସ୍ତ ଦୁଇଟି ଇଞ୍ଜିନ୍‌ ପାଇଁ ରେଳବାଇକୁ ୨୮ରୁ ୩୦ କୋଟି, ୧୪ ଟି କୋଚ୍‌ ପାଇଁ ୧୮ ରୁ ୨୦ କୋଟି ଟଙ୍କାର କ୍ଷତି ହୋଇଛି। ଅନ୍ୟପକ୍ଷେ, ଲାଇନ୍‌ ବିଛାଇବା, ବିଦ୍ୟୁତୀକରଣ ସମେତ ସିଗ୍‌ନାଲ୍‌ ଓ ପଏଣ୍ଟ୍‌ ସିଷ୍ଟମ୍‌ ଆରମ୍ଭ ପାଇଁ ରେଲୱେକୁ ୧୫ରୁ ୨୦ କୋଟି ଟଙ୍କା ଖର୍ଚ୍ଚ କରିବାକୁ ପଡ଼ିବ ବୋଲି ଜଣାପଡ଼ିଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ