ରାଜ୍ୟ

ବିଜେଡି ଓଡ଼ିଶାବାସୀଙ୍କ ସେବାରେ ସମର୍ପିତ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ବିଜୁ ବାବୁଙ୍କ ଆଦର୍ଶକୁ ପାଥେୟ କରି ଗଠିତ ବିଜୁ ଜନତା ଦଳ ଆଜି ୨୭ ବର୍ଷରେ ପଦାର୍ପଣ କରିଛି। ଗଠନ ହେବା ଦିନ ଠାରୁ ଏହା ନିରବଚ୍ଛିନ୍ନ ଭାବେ ଓଡ଼ିଶାବାସୀଙ୍କ ସେବା କରି ଆସୁଛି। ଓଡ଼ିଶାର ବିକାଶ ପାଇଁ ଉତ୍ସର୍ଗୀକୃତ ଭାବେ କାର୍ଯ୍ୟ କରି ଆସୁଛି। ସେବା ଓ ସାମାଜିକ ଅଙ୍ଗୀକାରବଦ୍ଧତା ଯୋଗୁଁ ଆଜି ଏହା ଦେଶର ଏକ ଶ୍ରେଷ୍ଠ ଆଞ୍ଚଳିକ ଦଳ ଭାବେ ପରିଚିତି ହାସଲ କରିଛି। ବିଜେଡି ଏକ ସାମାଜିକ ଆନ୍ଦୋଳନରେ ପରିଣତ ହୋଇଛି। ଏକ ଛୋଟ ଚାରାଗଛରୁ ମହାଦ୍ରୁମରେ ପରିଣତ ହୋଇଥିବା ଦଳ ଆଗାମୀ ଦିନରେ ମଧ୍ୟ ଓଡ଼ିଶାର ବିକାଶ ଓ ଓଡ଼ିଶାବାସୀଙ୍କ ସେବାରେ ସମର୍ପିତ ହୋଇ ନିଷ୍ଠାପର ଭାବେ କାମ କରିଚାଲିବ। ବିଜେଡିର ପ୍ରତିଷ୍ଠା ଦିବସ ଅବସରରେ ଏମିତି ବାର୍ତ୍ତା ଦେଇଛନ୍ତି ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ସମୃଦ୍ଧ, ସଶକ୍ତ ଓ ସ୍ବାଭିମାନୀ ନବୀନ ଓଡ଼ିଶା ଗଠନ ପାଇଁ ସଂକଳ୍ପ ନେଲେ କର୍ମୀ
ଆନନ୍ଦ ଭବନରୁ ଭୁବନେଶ୍ବର ସାଇକେଲ ରାଲି, ଶଙ୍ଖ ଭବନରେ ରକ୍ତଦାନ

ଆଜି ସାରା ରାଜ୍ୟରେ ବିଜେଡି ଧୁମ୍‌ଧାମ୍‌ରେ ପ୍ରତିଷ୍ଠା ଦିବସ ପାଳନ କରିଛି। ଦଳର ନେତା ଓ କର୍ମୀମାନେ ବିଭିନ୍ନ ସ୍ଥାନରେ ଥିବା ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବା ସହ ସାମାଜିକ ଓ ସେବାମୂଳକ କାର୍ଯ୍ୟକ୍ରମ ଆୟୋଜନ କରିଥି‌ଲେ। ସେମାନେ ଓଡ଼ିଶାବାସୀଙ୍କ ସେବା ଓ ଓଡ଼ିଶାର ସ୍ବାର୍ଥ ରକ୍ଷା ପାଇଁ ନିଜକୁ ଉତ୍ସର୍ଗ କରିବାକୁ ସଂକଳ୍ପ ନେବା ସହ ଏକ ସଶକ୍ତ, ସମୃଦ୍ଧ ଓ ସ୍ବାଭିମାନୀ ନବୀନ ଓଡ଼ିଶା ଗଠନ ପାଇଁ ବ୍ରତୀ ହେବେ ବୋଲି ଶପଥ ପାଠ କରିଥିଲେ।
ଭୁବନେଶ୍ବର ବିମାନବନ୍ଦର ନିକଟରେ ଥିବା ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାଲ୍ୟାର୍ପଣ କରିଥିଲେ। ତାଙ୍କ ସହିତ ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଭି କେ ପାଣ୍ଡିଆନଙ୍କ ସମେତ ବରିଷ୍ଠ ନେତାମାନେ ଉପସ୍ଥିତ ଥିଲେ। ସକାଳ ୭ଟାବେଳେ ଶଙ୍ଖ ଭବନରେ ଦଳର ପତାକା ଉତ୍ତୋଳନ କରାଯିବା ସହ ଏକ ଶପଥ ପାଠ ଅନୁଷ୍ଠିତ ହୋଇଥିଲା। ଦଳର ଉପସଭାପତି ଦେବୀ ପ୍ରସାଦ ମିଶ୍ର, ସାଧାରଣ ସଂପାଦକ ସଞ୍ଜୟ ଦାସବର୍ମା ଓ ରାଜ୍ୟସଭା ସାଂସଦ ସସ୍ମିତ ପାତ୍ର ପ୍ରମୁଖ ଉପସ୍ଥିତ ଥିଲେ। ସକାଳ ୮ଟାରେ ବିଜେଡିର ସଂଗଠନ ସଂପାଦକ ପ୍ରଣବ ପ୍ରକାଶ ଦାସଙ୍କ ନେତୃତ୍ବରେ ଏକ ବିଶାଳ ସାଇକେଲ ରାଲି କଟକର ଆନନ୍ଦ ଭବନରୁ ବାହାରି ଦିନ ପ୍ରାୟ ସାଢ଼େ ୯ଟା ବେଳେ ବିମାନବନ୍ଦର ସ୍ଥିତ ବିଜୁବାବୁଙ୍କ ପ୍ରତିମୂର୍ତ୍ତି ନିକଟରେ ପହଞ୍ଚିଥିଲା।

ଏହି ସାଇକେଲ ଶୋଭାଯାତ୍ରାରେ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ରାଜ୍ୟ ଯୁବ ବିଜେଡି ଉପଦେଷ୍ଟା ପ୍ରଣବ ବଳବନ୍ତରାୟ, ରାଜ୍ୟ ଯୁବ ବିଜେଡି ସଭାପତି ବ୍ୟୋମକେଶ ରାୟ, ବିଜୁ ଛାତ୍ର ଜନତା ଦଳର ସଭାପତି ଦେବୀରଂଜନ ତ୍ରିପାଠୀ, ବିଧାୟକ ଦିବ୍ୟଶଙ୍କର ମିଶ୍ର, ଭୁବନେଶ୍ବର ଉତ୍ତର ବିଧାୟକ ସୁଶାନ୍ତ ରାଉତ, ଭୁବନେଶ୍ବର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା, ଭୁବନେଶ୍ବର ମେୟର ସୁଲୋଚନା ଦାସଙ୍କ ସମେତ ଦଳର ବହୁ ବରିଷ୍ଠ ନେତୃବୃନ୍ଦ ଯୋଗ ଦେଇଥିଲେ। ଏହି ଅବସରରେ ଶଙ୍ଖଭବନରେ ଏକ ରକ୍ତଦାନ ଶିବିର ମଧ୍ୟ ଆୟୋଜିତ ହୋଇଥିଲା।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।