ଭୁବନେଶ୍ବର: ଆଜି ବିଧାନସଭା ଅଧିବେଶନ ଆରମ୍ଭ ହେବା ପୂର୍ବରୁ ବିଧାନସଭାର ୫୪ ନମ୍ବର ପ୍ରକୋଷ୍ଠରେ ବିଜେଡି ବିଧାୟକ ଦଳ ବୈଠକ ବସିଥିଲା। ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ହୋଇଥିବା ଏହି ବୈଠକରେ କେନ୍ଦ୍ରୀୟ ଅବହେଳା ପ୍ରସଙ୍ଗ ଗୃହରେ ଉଠାଇବାକୁ ସ୍ଥିର ହୋଇଥିଲା। ବିଶେଷ କରି ରେଳବାଇ, ପ୍ରଧାମନ୍ତ୍ରୀ ଶସ୍ୟବୀମା ଯୋଜନାକୁ ବିଜେଡି ପ୍ରାଥମିକତା ଦେବ। ଏମ୍ଏସ୍ପି ବୃଦ୍ଧି ପାଇଁ ବାରମ୍ବାର ଦାବି ସତ୍ତ୍ବେ କେନ୍ଦ୍ର ସରକାର ଶୁଣୁ ନଥିବାରୁ ଗୃହରେ ବିଜେଡି ତାହାର ପ୍ରତିବାଦ କରିବ। ଗୃହରେ ସଦସ୍ୟମାନେ ଉପସ୍ଥିତ ରହିବାକୁ ଶ୍ରୀ ପଟ୍ଟନାୟକ ପରାମର୍ଶ ଦେଇଥିଲେ। ବୈଠକ ପରେ ରାଜସ୍ବ ମନ୍ତ୍ରୀ ପ୍ରମିଳା ମଲ୍ଲିକ କହିଥିଲେ ଯେ ବିରୋଧୀ ଦଳ ଯେ କୌଣସି ପ୍ରସଙ୍ଗ ଉଠାଇବ, ସେ ସମ୍ପର୍କରେ ଆଲୋଚନା ପାଇଁ ସରକାର ପ୍ରସ୍ତୁତ ଅଛନ୍ତି। ଏହା ସହ ଓଡ଼ିଶାର ସ୍ବାର୍ଥ ସମ୍ବଳିତ ପ୍ରସଙ୍ଗ ମଧ୍ୟ ଗୃହରେ ଆଲୋଚନା ପାଇଁ ଉଠାଯିବ।
Trending
- ଝାରସୁଗୁଡ଼ା ଅଭିମୁଖେ କ୍ରାଇମବ୍ରାଞ୍ଚ ଟିମ୍: ଆଜି ଦାଖଲ କରିପାରେ ନବ ଦାସ ହତ୍ୟା ମାମଲାର ଚାର୍ଜସିଟ୍
- ଜମି କିଣାବିକା ନିୟମ ବଦଳିଲା; ଆଗ ଅନଲାଇନ୍ ସ୍ଲଟ୍ ବୁକିଂ, ପରେ ରେଜିଷ୍ଟ୍ରେସନ୍
- ସମ୍ବାଦପତ୍ର ଓ ପାଠକଙ୍କ ମାଧ୍ୟମ ବିତରକ
- ଦାସିଆ ଅଜା ସଂଗ୍ରହାଳୟ ଦେଖି ଭାବବିହ୍ବଳ
- ଶ୍ରୀମନ୍ଦିର କାର୍ଯ୍ୟାଳୟରେ ୨୩ଜଣଙ୍କୁ ସ୍ଥାୟୀ ନିଯୁକ୍ତି: ଶିକ୍ଷାଗତ ପ୍ରମାଣପତ୍ର ଯାଞ୍ଚ ପାଇଁ ବୋର୍ଡକୁ ଚିଠି
- ଶିକାରୀଙ୍କ ପଞ୍ଝାରେ ବନ୍ୟଜନ୍ତୁ, ଓଡ଼ିଶା ଜଙ୍ଗଲରୁ ଶେଷ କରିଦେବେ ବାଘ
- ଅର୍ଥାଭାବରୁ ଅସହାୟ ବାପା: ଲୁହା ଶିକୁଳିରେ ବନ୍ଦୀ ଦିବ୍ୟାଙ୍ଗ ପୁଅ
- ମହିଳାଙ୍କୁ ନେଇ ଚାଲିଛି ବ୍ରାଉନ୍ସୁଗାର କାରବାର
Sunday, May 28