ଅପରାଧ ରାଜ୍ୟ

ବିଲରୁ ମିଳିଲା ପୂର୍ଣ୍ଣଚନ୍ଦ୍ରଙ୍କ ମୃତଦେହ, ହତ୍ୟା ସନ୍ଦେହ

ଉଦଳା ୧୭।୧୦ : ବିଲରୁ ମିଳିଲା ବ୍ୟକ୍ତିଙ୍କ କ୍ଷତବିକ୍ଷତ ମୃତଦେହ । ମୃତକଙ୍କ ନାମ ପୂର୍ଣ୍ଣଚନ୍ଦ୍ର ମଲ୍ଲିକ ବୋଲି ଜଣାପଡିଛି । ମୟୁରଭଞ୍ଜ ଜିଲ୍ଲା ଉଦଳା ଥାନା ଏନ୍‌ଏସିର ୮ ନମ୍ବର ଓ୍ୱାର୍ଡରେ ଘଟିଛି ଏଭଳି ଘଟଣା । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଖବର ଅନୁଯାୟୀ, ସୋମବାର ସକାଳରୁ ଗାଁର ଥିବା ଏକ ବିଲ ପାଖରେ ମୃତଦେହ ପଡିଥିବାର ସ୍ଥାନୀୟଲୋକେ ଦେଖିଥିଲେ । ଉଲଗ୍ନ ଅବସ୍ଥାରେ ପଡିଥିବା ବେଳେ ତାଙ୍କ ଛାତି ଏବଂ ବେକରେ ଗଭୀର ଆଘାତର କ୍ଷତ ଚିହ୍ନ ରହିଛି । କୌଣସି ଧାରୁଆ ଅସ୍ତ୍ରରେ ତାଙ୍କୁ ଆକ୍ରମଣ କରାଯାଇଥିବା ସନ୍ଦେହ କରାଯାଉଛି । ସୋମବାର ବିଲକୁ ଯାଉଛି କହି ଘରୁ ଆସିଥିଲେ । ତେବେ କିଭଳି ପରିସ୍ଥିତିରେ ତାଙ୍କର ମୃତ୍ୟୁ ହେଲା , ତାହା ଏବେ ତଦନ୍ତ ସାପେକ୍ଷ ।

ସେପଟେ ପାରିପାର୍ଶ୍ୱିକ ପରିସ୍ଥିତିରୁ ଏହା ହତ୍ୟାକାଣ୍ଡ ହୋଇଥିବା ଅନୁମାନ କରାଯାଉଛି । ପୋଲିସ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ତଦନ୍ତ ଜାରି ରଖିଛି । କେଉଁ ପରିସ୍ଥିତିରେ ତାଙ୍କର ମୃତ୍ୟୁ ହେଲା ତାହା ପୋଲିସ ଖୋଳତାଡ଼ କରୁଛି । କୌଣସି କାରଣରୁ ତାଙ୍କୁ ହତ୍ୟା କରାଯାଇଛି ନା ଏହା କୌଣସି ଦୁର୍ଘଟଣା ତାହା ଏବେ ବି ସନ୍ଦେହ ଘେରରେ ରହିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।