ଦେଶ ବିଦେଶ ସ୍ପେଶାଲ ରିପୋର୍ଟ

ବିହାର: ବଜ୍ରପାତ ନେଲା ୧୭ ଜୀବନ

ନୂଆଦିଲ୍ଲୀ : ବିହାରରେ ଗତ ୨୪ ଘଣ୍ଟାରେ ବଜ୍ରପାତ ଯୋଗୁଁ ୧୭ ଜଣଙ୍କ ମୃତ୍ୟୁ ହୋଇଛି। ରୋହତସ ଜିଲ୍ଲାରେ ୫ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅରୱଲରେ ୩ ଜଣ, ସାରଣରେ ୩ ଜଣ, ଔରଙ୍ଗାବାଦ ଏବଂ ପୂର୍ବ ଚମ୍ପାରଣରେ ୨ ଜଣ ଲେଖାଏଁ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି। ବାଙ୍କା ଓ ବୈଶାଳୀ ଜିଲ୍ଲାରେ ମଧ୍ୟ ଜଣେ ଲେଖାଏଁ ବ୍ୟକ୍ତିଙ୍କର ବଜ୍ରପାତରେ ମୃତ୍ୟୁ ହୋଇଛି।

ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଉକ୍ତ ଘଟଣାରେ ଶୋକ ପ୍ରକାଶ କରିଛନ୍ତି ଏବଂ ମୃତକଙ୍କ ପରିବାର ପିଛା ୪ ଲକ୍ଷ ଟଙ୍କା କ୍ଷତିପୂରଣ ଘୋଷଣା କରିଛନ୍ତି। ଗୋଟିଏ ଦିନରେ ଏତେ ସଂଖ୍ୟକ ଲୋକଙ୍କ ବଜ୍ରପାତରେ ମୃତ୍ୟୁ ହେବାପରେ ବିପର୍ଯ୍ୟୟ ପରିଚାଳନା ସଂସ୍ଥା ଲୋକମାନଙ୍କୁ କ୍ଷେତକୁ ଯିବାବେଳେ ସତର୍କତା ଅବଲମ୍ବନ କରିବାକୁ କହିଛି। ଗଛତଳେ ଏବଂ ବିଦ୍ୟୁତ ଖୁଣ୍ଟ ତଳେ ଠିଆ ହେବାକୁ ମନା କରାଯାଇଛି। ଝଡ଼ତୋଫାନ ସମୟରେ ଲୋକମାନଙ୍କୁ ଘରେ ରହିବାପାଇଁ କୁହାଯାଇଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ