ଧର୍ମ ରାଜ୍ୟ ସ୍ପେଶାଲ ରିପୋର୍ଟ

ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ବୁଧବାର ୦୨।୦୮: ବୁଧବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି । ଦ୍ୱିତୀୟ ଭୋଗମଣ୍ଡପ ପରେ ଠାକୁରଙ୍କ ଏହି ସ୍ୱତନ୍ତ୍ର ନୀତି କରାଯାଏ । ବନକଲାଗି ନୀତିରେ ଦତ୍ତମହାପାତ୍ର ସେବକମାନେ ଗୋଷ୍ଠୀଗତ ଭାବେ ଠାକୁରଙ୍କ ଶ୍ରୀମୁଖ ସିଂହାର କରିବେ ।

ସେହିପରି ବନକଲାଗି ନୀତି ସମୟରେ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ । ଏହି ନୀତି ପାଇଁ ସାଧାରଣତଃ ୩ରୁ ୪ ଘଣ୍ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିଥାଏ। ଏହି ନୀତିରେ ପାଳିଆ ପୂଜାପଣ୍ଡା, ପାଳିଆ ଖୁଣ୍ଟିଆ, ଗରାବଡୁ, ପାଳିଆ ପୁଷ୍ପାଳକ, ଚାଙ୍ଗଡ଼ା ମେକାପ, ମୁଦୁଲି ଆଦି ସେବକଙ୍କର ମଧ୍ୟ ଭୂମିକା ରହିଛି । ବନକଲାଗି ନୀତି ପରେ ମହାସ୍ନାନ ହୋଇ ପୁଣି ଦର୍ଶନ ସ୍ୱଭାବିକ ଚାଲିବ । ବୁଧବାର ଠାକୁରଙ୍କ ନୀତିକୁ ନେଇ ବନକଲାଗି ଓ ଦର୍ଶନ ସମୟ ଧାର୍ଯ୍ୟ କରାଯିବ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଧର୍ମ

ଖୁବ ଶୀଘ୍ର ନିର୍ମାଣ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ

ରୀକ୍ଷେତ୍ରକୁ ବିଶ୍ୱସ୍ତରୀୟ ଐତିହ୍ୟର ସହର ଭାବେ ଗଢିବା ପାଇଁ ଖୁବ ଶୀଘ୍ର ଆରମ୍ଭ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ। ଏଥିପାଇଁ ଆଜି ପ୍ରକଳ୍ପ
ଧର୍ମ

ଆଜିଠୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ପ୍ରସିଦ୍ଧ ସ୍ୱାମୀ ନାରାୟଣ ବା ଅକ୍ଷରଧାମ ମନ୍ଦିର

ନୂଆଦିଲ୍ଲୀ : ଆଜିଠାରୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ପ୍ରସିଦ୍ଧ ସ୍ୱାମୀ ନାରାୟଣ ବା ଅକ୍ଷରଧାମ ମନ୍ଦିର। ମହାମାରୀ କରୋନା ପାଇଁ ପ୍ରାୟ ୭ ମାସରୁ ଅଧିକ ଦିନ