ଦେଶ ବିଦେଶ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ବେସରକାରୀ ସ୍କୁଲ ଫି ଛାଡ କରିବା ପ୍ରସଙ୍ଗ: ହାଇକୋର୍ଟଙ୍କ ଉପରେ ନିଷ୍ପତ୍ତି ଛାଡ଼ିଲେ ରାଜ୍ୟ ସରକାର

ଭୁବନେଶ୍ୱର: କରୋନା ସଂକଟ ସମୟରେ ବେସରକାରୀ ସ୍କୁଲ ଫି ଛାଡ କରିବା ପ୍ରସଙ୍ଗକୁ ନେଇ ଆଭିମୁଖ୍ୟ ସ୍ପଷ୍ଟ କରିବାକୁ ସରକାରଙ୍କୁ କହିଥିଲେ ହାଇକୋର୍ଟ । ଏ ନେଇ ସ୍ପଷ୍ଟ ଆଭିମୁଖ୍ୟ ରଖିବାକୁ ସ୍କୁଲ ଓ ଗଣଶିକ୍ଷା ବିଭାଗକୁ କୋର୍ଟଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଥିଲା । ଆଜି ଏ ନେଇ ହାଇକୋର୍ଟରେ ଜବାବ ଦାଖଲ କରିଛନ୍ତି ରାଜ୍ୟ ସରକାର। ବେସରକାରୀ ସ୍କୁଲ ଫି ଛାଡ କରିବା ପ୍ରସଙ୍ଗକୁ ନେଇ ହାଇକୋର୍ଟଙ୍କ ଉପରେ ନିଷ୍ପତ୍ତି ନେବା ଦାୟିତ୍ବ ଛାଡ଼ିଛନ୍ତି ରାଜ୍ୟ ସରକାର। ରାଜ୍ୟ ସରକାରଙ୍କ ଜବାବ ଦାଖଲ ପରେ ଆସନ୍ତା ୨୩ ତାରିଖରେ ଏହି ମାମଲାର ପରବର୍ତ୍ତୀ ଶୁଣାଣି ହେବ ବୋଲି ଜଣାପଡ଼ିଛି।

ସୂଚନା ଥାଉକି, କରୋନା ମହାମାରୀ ସମୟରେ ସମସ୍ତ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ ବନ୍ଦ ରହିଛି । ପିଲା ସ୍କୁଲ ଯାଉନାହାନ୍ତି କି ଶିକ୍ଷକ ସ୍କୁଲକୁ ଆସୁନାହାନ୍ତି । ଏଭଳି ସ୍ଥଳେ ବେସରକାରୀ ବିଦ୍ୟାଳୟମାନେ ପିଲାମାନଙ୍କଠାରୁ ମାସିକ ଦେୟ ଆଦାୟ କରିବାରେ ଲାଗିଛନ୍ତି । ଏହାକୁ ବିରୋଧ କରି ଅବିଭାବକ ସଂଘ ସ୍କୁଲ ଫି ଛାଡ କରିବାକୁ ନେଇ କୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ । ସେମାନେ ଅଭିଯୋଗ କରିଥିଲେ କି, ପିଲା ଯେତେବେଳେ ସ୍କୁଲ ଯାଉ ନାହାନ୍ତି ତ ଅବିଭାବକମାନେ କାହିଁକି ମାସିକ ଦେୟ ଦେବେ । ଏ ନେଇ ରାଜ୍ୟସରକାରଙ୍କର କିଛି ସ୍ୱତନ୍ତ୍ର ଗାଇଡଲାଇନ ନ ଥିବା ବେଳେ ବେସରକାରୀ ସ୍କୁଲ ସଂଘ କହିଥିଲା ଯେ, ପିଲା ସ୍କୁଲକୁ ନଆସିଲେ ବି କର୍ମଚାରୀମାନେ ଦରମା ନେଉଛନ୍ତି । ଆନୁସଙ୍ଗିକ ଖର୍ଚ୍ଚ ବି ବନ୍ଦ ହୋଇ ନାହିଁ। ଏହା ସହ ଆମେ ପିଲାମାନଙ୍କୁ ଅନଲାଇନ୍ ମାଧ୍ୟମରେ ଶିକ୍ଷାଦାନ ଦେଇ ଚାଲିଛୁ । ତେଣୁ ଅବିଭାବକମାନେ ମାସିକ ଦେୟ ଦେବାକୁ ବାଧ୍ୟ ।

NewsLaxmi7

About Author

You may also like

ଶିକ୍ଷା ଓ ନିଯୁକ୍ତି

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା, ରାଜ୍ୟ ସରକାରଙ୍କୁ ଜବାବ ତଲବ କଲେ ହାଇକୋର୍ଟ

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା ପ୍ରସଙ୍ଗରେ ହାଇକୋର୍ଟରେ ଶୁଣାଣି ହୋଇଛି । ଗଣଶିକ୍ଷା ବିଭାଗର ସ୍ପଷ୍ଟ ମତ ଲୋଡିଛନ୍ତି ହାଇକୋର୍ଟ । କେତେ ପ୍ରତିଶତ ଫି’କମାଯାଇପାରିବ
ଶିକ୍ଷା ଓ ନିଯୁକ୍ତି

ଷ୍ଟାର୍ସ ପ୍ରୋଜେକ୍ଟକୁ କେନ୍ଦ୍ରର ମଞ୍ଜୁରି, ଖର୍ଚ୍ଚ ହେବ 5718 କୋଟି ଟଙ୍କା

ଆରମ୍ଭ ହେବ ଷ୍ଟାର୍ସ ପ୍ରୋଜେକ୍ଟ। ଶିକ୍ଷା ମନ୍ତ୍ରାଳୟର ସ୍କୁଲ ଶିକ୍ଷା ଏବଂ ସାକ୍ଷରତା ବିଭାଗ ଅଧିନରେ କେନ୍ଦ୍ର ପ୍ରାୟୋଜିତ ନୂତନ ଯୋଜନାରେ ଏହାକୁ ଆରମ୍ଭ କରାଯିବ। 6ଟି