ଅପରାଧ ରାଜ୍ୟ

ଭିଜିଲାନ୍ସ ଜାଲରେ ଜିଆରଏସ୍, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ

ସୁନ୍ଦରଗଡ ୯।୬: ଭିଜିଲାନ୍ସ ଜାଲରେ ପଡିଲେ ଜିଆରଏସ୍ । ସୁନ୍ଦରଗଡ ଜିଲ୍ଲା କୁତ୍ରା ବ୍ଲକ୍ ତୁରମୁରା ଜିଆରଏସ୍‌ଙ୍କ ଘରେ ଭିଜିଲାନ୍ସ ଟିମ୍ ପକ୍ଷରୁ ଚଢାଉ କରାଯାଇଛି । ଜିଆରଏସ୍ ହେମନ୍ତ ସାହୁଙ୍କ କାର୍ଯ୍ୟାଳୟରେ ମଧ୍ୟ ଭିଜିଲାନ୍ସ ଟିମ୍ ଚଢାଉ କରିଥିବା ଜଣାପଡିଛି ।

ତେବେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ଏହି ଚଢାଉ କରାଯାଇଥିବା ସୂଚନା ମିଳିଛି । ଜିଆରଏସଙ୍କ କାର୍ଯ୍ୟାଳୟ ସମେତ ପୁରକାପାଲି ବାସଭବନରେ ମଧ୍ୟ ଚଢାଉ ଜାରି ରଖିଛି ଭିଜିଲାନ୍ସ ଟିମ୍ ।

ଭିଜିଲାନ୍ସର ଏକ ସ୍ଵତନ୍ତ୍ର ଟିମ୍ ଏହି ଚଢାଉ ଜାରି ରଖିଛି । ପୂର୍ବରୁ ମଧ୍ୟ ଏହି ଜିଆରଏସଙ୍କ ଘରେ ଚଢାଉ କରାଯାଇଥିଲା । ତେବେ ଏ ପର୍ଯ୍ୟନ୍ତ ଜିଆରଏସଙ୍କ ଘରୁ କେତେ ସମ୍ପତ୍ତି ଠାବ ହୋଇଛି ତାହାର ସ୍ପଷ୍ଟ ସୂଚନା ମିଳିପାରିନାହିଁ ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।