ରାଜ୍ୟ ସ୍ପେଶାଲ ରିପୋର୍ଟ

ଭିଜିଲାନ୍ସ ଜାଲରେ ବରିଷ୍ଠ କିରାଣୀ, ଫାଇଲ ପାସ କରାଇଦେବାକୁ ନେଉଥିଲେ ଟଙ୍କା

ରାଉରକେଲା : ଭିଜିଲାନ୍ସ ଜାଲରେ ଇଏସଆଇ ଡିସପେନସରୀ ବରିଷ୍ଠ କିରାଣୀ ଅଭିରାମ ସାହୁ | ଗ୍ୟାସ ମେକାନିକ ବିଶ୍ୱନାଥ ସିଂହଙ୍କ ଫାଇଲ ପାସ କରିଦେବାକୁ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିଲା ବେଳେ ମାଡି ବସିଲା ଭିଜିଲାନ୍ସ ଟିମ | ତାଙ୍କ ନିକଟରୁ ଭିଜିଲାନ୍ସ ଅଧିକାରୀ ରଙ୍ଗବୋଳା ଟଙ୍କା ଜବତ କରିଛନ୍ତି l ଟିମ ଅଧିକାରୀ ଏକକାଳୀନ ତାଙ୍କ ଅଫିସ ଓ କାର୍ଯ୍ୟାଳୟରେ ଚଢ଼ାଉ ଜାରି ରଖିଛନ୍ତି | ମିଳିଥିବା ସୂଚନାମୁତାବକ ବିଶ୍ୱନାଥ ବାଲୁଘାଟ ବସ୍ତିରେ ରହନ୍ତି | ସେ ରୁପୁଟୋଲାରେ ଥିବା ଭାରତ ଗ୍ୟାସ ଏଜେନସିରେ ଚୁଲା ମେକାନିକ କାମ କରୁଥିଲେ | ଗତ ୨୦୨୦ ମେ ମାସରେ ସଡ଼କ ଦୁର୍ଘଟଣାରେ ଆହତ ହୋଇଥିଲେ | ତାଙ୍କୁ ପ୍ରଥମେ ଇଏସଆଇ ମଡେଲ ହସ୍ପିଟାଲ ଓ ପରେ ଆଇଜିଏଚକୁ ସ୍ଥାନାନ୍ତର କରାଯାଇଥିଲା |

ହସ୍ପିଟାଲରୁ ଭଲ ହୋଇ ଫେରିବା ପରେ ଚିକିତ୍ସା ଖର୍ଚ୍ଚ ପ୍ରାୟ ଲକ୍ଷେ ଟଙ୍କା ଫେରିପାଇବାକୁ ରାଉରକେଲା ଆଇଟିଆଇ ନିକଟସ୍ଥ ଇଏସଆଇ ଡିସପେନସରୀରେ ବରିଷ୍ଠ କିରାଣୀ ଅଭିରାମ ସାହୁଙ୍କୁ ଦେଖା କରିଥିଲେ | ଅଭିରାମଙ୍କ କହିବାନୁଯାୟୀ ଆବଶ୍ୟକ କାଗଜପତ୍ର ଦାଖଲ କରିଥିଲେ | ଅଭିରାମ ଫାଇଲ ପାସ କରିଦେବା ପାଇଁ ୧୦ ହଜାର ଟଙ୍କା ଦାବି କରିଥିଲେ | ଦାବି ମୁତାବକ ଟଙ୍କା ନ ଦେଇ ପାରିବାରୁ ଅଭିରାମ ବିଶ୍ୱନାଥକୁ ଦିନ ପରେ ଦିନ ଗଡ଼ାଇ ଚାଲିଥିଲେ | ଶେଷରେ କୌଣସି ଉପାୟ ନ ପାଇ ବିଶ୍ୱନାଥ ଭିଜିଲାନ୍ସ ଅଧିକାରୀଙ୍କ ଦ୍ୱାରସ୍ଥ ହୋଇଥିଲେ |

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।