ଅପରାଧ ରାଜ୍ୟ

ଭିଜିଲାନ୍ସ ପଞ୍ଝାରେ ଜଳେଶ୍ୱର ବିଡ଼ିଓ, ବାସଭବନ ସମେତ ୫ଟି ସ୍ଥାନରେ ଚାଲିଛି ରେଡ୍

ଜଳେଶ୍ୱର ୧୮।୦୬: ଭିଜିଲାନ୍ସ ଜାଲରେ ଜଳେଶ୍ୱର ବିଡିଓ । ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ବିଡିଓ ଅଶ୍ୱିନୀ କୁମାର ଦାସଙ୍କ ସରକାରୀ ବାସଭବନ ସମେତ ୫ଟି ସ୍ଥାନରେ ଏକାକାଳୀନ ଚାଲିଛି ରେଡ୍ ।

ଖବର ଅନୁଯାୟୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କଟକ ଡିଭିଜନର ୫ଜଣିଆ ଭିଜିଲାନ୍ସ ଟିମ୍ ଭୋରରୁ ବିଡ଼ିଓଙ୍କ ସରକାରୀ ବାସଭବନରେ ରେଡ୍ କରିଛନ୍ତି। ଅନୁଗୋଳ ଡ଼ିଏସପି ସୋମନାଥ ବାରିକଙ୍କ ନେତୃତ୍ୱରେ ଜଣେ ଇନିସପେକ୍ଟର , ଏସ୍ଆଇ,ଏଏସ୍ଆଇ, ମହିଳା କନେଷ୍ଟେବଳଙ୍କ ସମେତ ମୋଟ ୫ଜଣିଆ ଟିମ୍ ଜଳେଶ୍ୱରରେ ଚଢ଼ାଉ କରିଛନ୍ତି । ଏକକାଳୀନ ୫ଟି ସ୍ଥାନରେ ଚଢ଼ାଉ କରାଯାଇଥିବା ସୂଚନା ମିଳିଛି ।

ସେ ପୂର୍ବରୁ କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡ଼ାରେ ବିଡ଼ିଓ ଥିଲେ । ଏକାସାଙ୍ଗରେ କେନ୍ଦ୍ରାପଡାରେ ଥିବା ପୈତୃକ ଘର, କଟକ ଶ୍ବଶୁର ଘର ସମେତ ଆଉ ଦୁଇଟି ଜାଗାରେ ଭିଜିଲାନ୍ସ ଟିମ୍ ଛାପା ମାରିଥିବା ଜଣାପଡିଛି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।