ଅପରାଧ ରାଜ୍ୟ

ଭିଜିଲାନ୍ସ ପଞ୍ଝାରେ ଜିଲ୍ଲା ଶିକ୍ଷା ଅଧିକାରୀ : ବଦଳି କରାଇଦେବା ପାଇଁ ନେଉଥିଲେ ଲାଞ୍ଚ, ଏବେ ଘରେ ଚାଲିଛି ରେଡ୍

କେନ୍ଦ୍ରାପଡା ୨୭।୭: ଭିଜିଲାନ୍ସ ଜାଲରେ ପଡିଲେ କେନ୍ଦ୍ରାପଡା ଜିଲ୍ଲା ଶିକ୍ଷା ଅଧିକାରୀ ସଞ୍ଜୀବ ସିଂହ । ବଦଳି କରାଇଦେବା ପାଇଁ ଶିକ୍ଷା ବିଭାଗର ଜଣେ ପିଅନଙ୍କ ଠାରୁ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ କେନ୍ଦ୍ରାପଡା ଭିଜିଲାନ୍ସ ତାଙ୍କୁ ଲାଞ୍ଚ ଟଙ୍କା ସହ ଧରିଛି । ତେବେ ତିନିମୁହାଣି ଛକ ଏନଏଚ କଲୋନୀ ସ୍ଥିତ ଭଡା ଘରେ ଡିଇଓ ଲାଞ୍ଚ ଟଙ୍କା ଗ୍ରହଣ କରୁଥିଲେ । ସବୁଠାରୁ ବଡ଼ କଥା ହେଲା ଆଉ ମାତ୍ର ୩ ଦିନ ପରେ ଜିଲ୍ଲା ଶିକ୍ଷା ଅଧିକାରୀ ସଞ୍ଜୀବ ସିଂହ ଅବସର ନେଇଥାଆନ୍ତେ ।

ସୂଚନାଯୋଗ୍ୟ ଯେ, କେନ୍ଦ୍ରାପଡା ପଟ୍ଟମୁଣ୍ଡାଇ ନିମପୁର ସ୍କୁଲର ପିଅନ ସନ୍ତୋଷ କୁଣ୍ଡୁଙ୍କୁ ଡେରାବିଶ ବ୍ଲକ୍ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟକୁ ବଦଳି କରିଦେବା ପାଇଁ ଜିଲ୍ଲା ଶିକ୍ଷା ଅଧିକାରୀ ସଞ୍ଜୀବ ସିଂହ ଲାଞ୍ଚ ନେଉଥିଲେ l ଲାଞ୍ଚ ଟଙ୍କା ସହ ଧରାପଡିବା ପରେ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ଭଡା ଘର ସମେତ କଟକ ସ୍ଥିତ ଘର, ବାଲେଶ୍ବର ସ୍ଥିତ ପୈତୃକ ଘରେ ଏକକାଳୀନ ଭିଜିଲାନ୍ସ ଚଢାଉ କରୁଥିବା ଜଣାପଡିଛି l ଘରୁ ବହୁ ଗୁରୁତ୍ବପୂର୍ଣ୍ଣ କାଗଜପତ୍ର ଜବତ କରି ଛାନଭିନ୍ ଜାରି ରଖିଛି ଭିଜିଲାନ୍ସ ଟିମ୍ ।

ଶିକ୍ଷା ଅଧିକାରୀ ସଂଜୀବ ସିଂହଙ୍କ ନାମରେ ବିଭିନ୍ନ ସମୟରେ ଲାଞ୍ଚ ନେବା, ତଦନ୍ତକୁ ଚପେଇ ଦେବା ଏବଂ ବଦଳି କରିଦେବା, ବିଲ୍ କରିଦେବା ପାଇଁ ଲାଞ୍ଚ ନେଉଥିବା ଅଭିଯୋଗ ହୋଇ ଆସୁଥିଲା l

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।