ଅପରାଧ ରାଜ୍ୟ

ଭୟାବହ ଅଗ୍ନିକାଣ୍ଡରେ ଜଳିଗଲା ୧୫ ବଖରା, ୨ ଗୋ-ମାତା ଜୀବନ୍ତ ଦଗ୍ଧ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.
ଭଦ୍ରକ ୦୨/୧୨: ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ । ଜଳିଗଲା ୧୫ ବଖରା ଘର । ଜଳିଗଲେ ଦୁଇ ଗୋମାତା । ସୂଚନାଯୋଗ୍ୟ ଯେ ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ବ୍ଲକ ରହଣିଆ ପଂଚାୟତର ଆକୁଲି ଗ୍ରାମରେ ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି । ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଛି ।

ବିଳମ୍ବିତ ରାତିରେ କୌଣସି କାରଣରୁ ଜୈନିକ ବ୍ୟକ୍ତିଙ୍କ ଘରେ ନିଆଁ ଲାଗିଥିବାରୁ ପଡୋଶୀ ଦେଖିବାକୁ ପାଇଥିଲେ । ନିଶବ୍ଦ ରାତି ହୋଇଥିବାରୁ ନିଆଁ କୁ ଆୟତ କରିବା ପାଇଁ ପଡୋଶୀଙ୍କ ପକ୍ଷ ଅସମ୍ଭବ ହୋଇପଡ଼ିଥିଲା । ଏ ନେଇ ଭଣ୍ଡାରିପୋଖରୀ ଓ ଯାଜପୁର ଅଗ୍ନିଶମ ବିଭାଗକୁ ଖବର ଦିଆଯାଇଥିଲା ।

ଖବର ପାଇ ଏକ ଘଣ୍ଟା ପରେ ଅଗ୍ନିଶମ ବିଭାଗ ପହଁଚିଥିଲେ ସୁଧା ସେତେବେଳକୁ ୧୫ ବଖରା ଘର ସହ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ ହୋଇଯାଇଥିଲା । ଏଥିରେ ଗୋଟିଏ ମଟର ସାଇକେଲ ସମ୍ପୂର୍ଣ ପୋଡ଼ିଯାଇଥିବା ବେଳେ ଦୁଇଟି ଗୋ ମାତା ପୋଡି ଜୀବନ୍ତ ଦଗ୍ଧ ହୋଇଛନ୍ତି ।
ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।