ଧର୍ମ ରାଜ୍ୟ

ମଣି ବାବାଙ୍କ ବିବାହ ପାଇଁ ଉଠିଲା ଲଗ୍ନ ଥାଳ, ଜୁନ ୪ ପାଇଁ ଚାଲିଛି ପ୍ରସ୍ତୁତି

ଚାନ୍ଦବାଲି ୧୭।୦୫ : ୨ବର୍ଷ ପରେ ଭକ୍ତଙ୍କ ଗହଣରେ ଉଠିଲା ଆଖଣ୍ଡଳମଣିଙ୍କ ଶିବବିବାହ ପାଇଁ ଲଗ୍ନ ଥାଳ। ଚଳିତ ବର୍ଷ ବାବା ଆଖଣ୍ଡଳମଣିଙ୍କ ଶିବବିବାହ ଉତ୍ସବ ଆସନ୍ତା ଜୁନ ୪ତାରିଖରେ ମହା ଆଡମ୍ବର ସହ ପରିପାଳିତ ହେବ। ଏଥିପାଇଁ ପବିତ୍ର ଚନ୍ଦନପୂର୍ଣ୍ଣିମା ଅବସରରେ ପରମ୍ପରା ଅନୁଯାୟୀ ଲଗ୍ନ ଚିଟାଉ ଥାଳ ଉଠା ନୀତି ଅନୁଷ୍ଠିତ ହୋଇଛି।

ଚଳିତବର୍ଷ ଦେବଦମ୍ପତିଙ୍କ ବିବାହ ନିମନ୍ତେ ଦୁଷ୍ମନ୍ତ ପାଢୀ ବରପିତା ଭାବେ ଚୟନ ହୋଇଥିବା ବେଳେ କନ୍ୟାପିତା ଭାବେ ବ୍ରହ୍ମପୁର ନିବାସୀ ଚନ୍ଦ୍ରଶେଖର ଦାଶ ଶୌଭାଗ୍ୟ ପ୍ରାପ୍ତି ହୋଇଛନ୍ତି। ଗତ ୨ବର୍ଷ କରୋନା କଟକଣା ଯୋଗୁ ବିନା ଭକ୍ତରେ ସୀମିତ ସେବାୟତଙ୍କ ଗହଣରେ ବିବାହ ସମ୍ପନ୍ନ କରାଯାଇଥିଲା। ହେଲେ ଚଳିତବର୍ଷ ଭକ୍ତଙ୍କୁ ଏହି ବିବାହ ଉତ୍ସବରେ ସାମିଲ ହେବା ପାଇଁ ପ୍ରଶାସନ ପକ୍ଷରୁ ଅନୁମତି ମିଳିଥିବାରୁ ଭକ୍ତଙ୍କ ଗହଣରେ ବିବାହ କାର୍ଯ୍ଯ ଅନୁଷ୍ଠିତ ହେବ।

ସେହିପରି ଚଳିତବର୍ଷ ବିବାହ ଶୋଭାଯାତ୍ରାରେ ପାରମ୍ପରିକ ଲୋକବାଦ୍ୟ ପୁଣି ଦୁଲିକିବ ଆରଡିପୀଠ। ଏଥିପାଇଁ ଜିଲାସ୍ତରୀୟ ବୈଠକ ସରିବା ପରେ ଆରମ୍ଭ ହୋଇଯାଇଛି ପ୍ରସ୍ତୁତିପର୍ବ। ଜୁନ ୪ରେ ଦେବଦମ୍ପତିଙ୍କ ବିବାହ ନିମନ୍ତେ ମଙ୍ଗୁଳା ଗୁଆ ଓ ନିମନ୍ତ୍ରଣପତ୍ର ପୀଠ ସମେତ ଆଖପାଖ ଜିଲ୍ଲା ଦେବାଦେବୀଙ୍କ ନିମନ୍ତ୍ରଣ ପାଇଁ ସେବାୟତମାନେ ଯିବାର କାର୍ଯ୍ଯକ୍ରମ ରହିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଧର୍ମ

ଖୁବ ଶୀଘ୍ର ନିର୍ମାଣ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ

ରୀକ୍ଷେତ୍ରକୁ ବିଶ୍ୱସ୍ତରୀୟ ଐତିହ୍ୟର ସହର ଭାବେ ଗଢିବା ପାଇଁ ଖୁବ ଶୀଘ୍ର ଆରମ୍ଭ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ। ଏଥିପାଇଁ ଆଜି ପ୍ରକଳ୍ପ
ଧର୍ମ

ଆଜିଠୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ପ୍ରସିଦ୍ଧ ସ୍ୱାମୀ ନାରାୟଣ ବା ଅକ୍ଷରଧାମ ମନ୍ଦିର

ନୂଆଦିଲ୍ଲୀ : ଆଜିଠାରୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ପ୍ରସିଦ୍ଧ ସ୍ୱାମୀ ନାରାୟଣ ବା ଅକ୍ଷରଧାମ ମନ୍ଦିର। ମହାମାରୀ କରୋନା ପାଇଁ ପ୍ରାୟ ୭ ମାସରୁ ଅଧିକ ଦିନ