ଅପରାଧ ରାଜ୍ୟ

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଦୁଇଟି ଟ୍ରକ ମୁହାଁମୁହିଁ ଧକ୍କା,୨ ଗୁରୁତର

କରଞ୍ଜିଆ ୦୫/୦୬: ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । କରଞ୍ଜିଆ ଥାନା ଅନ୍ତର୍ଗତ ୪୯ନମ୍ବର ଜାତୀୟ ରାଜପଥ କାଠ କରଞ୍ଜିଆ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଦୁଇଟି ଟ୍ରକ ମୁହାଁମୁହିଁ ଧକ୍କା ଦୁଇ ଗୁରୁତର । ଆଜି ସକାଳ ୬ ଘଟିକା ସମୟରେ କାଠକରଞ୍ଜିଆ ପୋଲ ନିକଟରେ ଦୁଇଟି ଟ୍ରକ ମୁହାଁମୁହିଁ ଧକ୍କା ହୋଇଥିଲା ।

ଧକ୍କା ହେବା ଫଳରେ ଟ୍ରକରେ ଦୁଇଜଣ ଡ୍ରାଇଭର ଚାପି ହୋଇ ଗୁରୁତର ହଇଥିଲେ । ତେବେ ଘଟଣା ସ୍ଥଳରୁ ୧୦୩୩ ଆମ୍ବୁଲାନ୍ସରେ ଉଦ୍ଧାର କରି କରଞ୍ଜିଆ ଉପଖଣ୍ଡ ଚିକିତ୍ସାଲୟରେ ଉଭୟ ଙ୍କୁ ଭର୍ତ୍ତି କରାଯାଇଛି । ତେବେ ଉଭୟଙ୍କ ସ୍ୱାସ୍ଥ୍ୟ ଅବସ୍ଥା ସ୍ଥିର ଥିଲେ ବି ଅଧିକ ଚିକିତ୍ସା ପାଇଁ କଟକ ବଡ଼ ମେଡ଼ିକାଲକୁ ନେବା ପାଇଁ ପରାମର୍ଶ ଦେଇଛନ୍ତି ଡାକ୍ତର ।

ଅନ୍ୟପଟେ ଘଟଣା ସ୍ଥଳରେ କରଞ୍ଜିଆ ଥାନା ପୋଲିସ ପହଞ୍ଚି ଅଧିକ ତଦନ୍ତ କରୁଥିଲେ ବି ଟ୍ରକ ଦୁଇଟି ମୁହାଁମୁହିଁ ଧକ୍କା ହୋଇଥିବା କାରଣରୁ ରାସ୍ତାଟି ଅବରୋଧ ହୋଇଯାଇଛି । ଯାହା ଫଳରେ ଗାଡି ଯିବା ଆସିବା ବାଧାପ୍ରାପ୍ତ ହେଉଛି । ଉଭୟ ପୋଟେ ଶହ ଶହ ଗାଡି ଅଟକି ରହିଥିବା ବେଳେ ପୋଲିସ ଦୁର୍ଘଟଣା ଗ୍ରସ୍ତ ଟ୍ରକକୁ ହଟାଇ ରାସ୍ତା ସଫା କରିବା ପାଇଁ ଚେଷ୍ଟା କରୁଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।