ଅପରାଧ ରାଜ୍ୟ

ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମିଳିନି ପରିଚୟ

ବିନିକା ୧୪।୬: ଗଛରେ ଝୁଲୁଛି ଅଜଣା ମହିଳାଙ୍କ ମୃତଦେହ । ସୁବର୍ଣ୍ଣପୁର ଜିଲ୍ଲା ବିନିକା ଥାନା ଆଦର୍ଶ ବିଦ୍ୟାଳୟ ପଛପଟେ ଥିବା ମହାନଦୀ କୂଳରେ ଏକ ଗଛରେ ମୃତଦେହ ଝୁଲୁଥିବା ଦେଖିବାକୁ ମିଳିଥିଲା । ଜଣେ ଅଜଣା ମହିଳା ବେକରେ ଶାଢ଼ୀ ଲଗାଇ ଝୁଲୁଥିବା ସ୍ଥାନୀୟ ଲୋକ ଦେଖିବାକୁ ପାଇଥିଲେ । ସ୍ଥାନୀୟ ଲୋକ ଦେଖି ଖବର ଦେବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିଛି ।

ଶବ ବ୍ୟବଚ୍ଛେଦ ପାଇଁ ପୋଲିସ ମୃତଦେହକୁ ସ୍ଥାନୀୟ ମେଡିକାଲକୁ ପଠାଇ ଦେଇଛି । ତେବେ ବର୍ତ୍ତମାନ ପର୍ଯ୍ୟନ୍ତ ମହିଳାଙ୍କ ପରିଚୟ ମିଳି ପାରିନାହିଁ । ମହିଳା ଜଣଙ୍କ କିଏ, ସେ ଆତ୍ମହତ୍ୟା କରିଛନ୍ତି ନା ତାଙ୍କୁ କେହି ହତ୍ୟା କରି ଗଛରେ ଝୁଲାଇ ଦେଇଛନ୍ତି ତାହା ସ୍ପଷ୍ଟ ଜଣାପଡିନାହିଁ । ଘଟଣାସ୍ଥଳରେ ପୋଲିସ ତଦନ୍ତ ଜାରି ରଖିଥିବା ବେଳେ ମହିଳାଙ୍କ ପରିଚୟ ଖୋଜୁଛି ପୋଲିସ ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।