ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ମାଟ୍ରିକ୍‌ ଓ ଯୁକ୍ତ୨ ପରୀକ୍ଷା ପ୍ରସ୍ତୁତି: ଯୁକ୍ତ୨ ପରୀକ୍ଷା ଲାଗି ହବ୍‌କୁ ପଠାଗଲା ପ୍ରଶ୍ନପତ୍ର

ଭୁବନେଶ୍ବର: ୨୮ ତାରିଖଠାରୁ ଆରମ୍ଭ ହେବାକୁ ଥିବା ଯୁକ୍ତ୨ ଥିଓରି ପରୀକ୍ଷା ଲାଗି ପ୍ରଶ୍ନପତ୍ର ସମେତ ଅନ୍ୟାନ୍ୟ ଗୁରୁତ୍ବପୂର୍ଣ୍ଣ କାଗଜପତ୍ର ପଠାଇବା କାର୍ଯ୍ୟ ଆରମ୍ଭ ହୋଇଛି। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଆଜି ସ୍ବତନ୍ତ୍ର ଗାଡ଼ି ସହାୟତାରେ ପରୀକ୍ଷା ପରିଚାଳନା ହବ୍‌ଗୁଡ଼ିକୁ ପ୍ରଶ୍ନପତ୍ର ପଠାଯାଉଛି। ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ମାଟ୍ରିକ୍‌, ମଧ୍ୟମା ଓ ରାଜ୍ୟ ମୁକ୍ତ ସ୍କୁଲ ସାର୍ଟିଫିକେଟ୍‌ ପରୀକ୍ଷା ସମେତ ଯୁକ୍ତ୨ ପରୀକ୍ଷା ପରିଚାଳନା ନେଇ ରାଜ୍ୟ ସରକାର ପ୍ରସ୍ତୁତି ଆରମ୍ଭ କରିଛନ୍ତି। ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହେବ। ବୈଠକରେ ପୁଲିସ ମହାନିର୍ଦେଶକ, ଉନ୍ନୟନ କମିସନର, ଟୁଇନି ସିଟି ପୁଲିସ କମିସନର, ସମସ୍ତ ଜିଲ୍ଲାପାଳ, ଏସ୍‌ପି, କଟକ ଓ ଭୁବନେଶ୍ବର ଡିସିପି, ଉଚ୍ଚ ମାଧ୍ୟମିକ ଶିକ୍ଷା‌ ପରିଷଦ ଚେୟାରମ୍ୟାନ, ବିଏସ୍‌ଇ ସଚିବ, ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀ(ଡିଇଓ) ଉପସ୍ଥିତ ରହିବେ।

NewsLaxmi7

About Author

You may also like

ଶିକ୍ଷା ଓ ନିଯୁକ୍ତି

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା, ରାଜ୍ୟ ସରକାରଙ୍କୁ ଜବାବ ତଲବ କଲେ ହାଇକୋର୍ଟ

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା ପ୍ରସଙ୍ଗରେ ହାଇକୋର୍ଟରେ ଶୁଣାଣି ହୋଇଛି । ଗଣଶିକ୍ଷା ବିଭାଗର ସ୍ପଷ୍ଟ ମତ ଲୋଡିଛନ୍ତି ହାଇକୋର୍ଟ । କେତେ ପ୍ରତିଶତ ଫି’କମାଯାଇପାରିବ
ଶିକ୍ଷା ଓ ନିଯୁକ୍ତି

ଷ୍ଟାର୍ସ ପ୍ରୋଜେକ୍ଟକୁ କେନ୍ଦ୍ରର ମଞ୍ଜୁରି, ଖର୍ଚ୍ଚ ହେବ 5718 କୋଟି ଟଙ୍କା

ଆରମ୍ଭ ହେବ ଷ୍ଟାର୍ସ ପ୍ରୋଜେକ୍ଟ। ଶିକ୍ଷା ମନ୍ତ୍ରାଳୟର ସ୍କୁଲ ଶିକ୍ଷା ଏବଂ ସାକ୍ଷରତା ବିଭାଗ ଅଧିନରେ କେନ୍ଦ୍ର ପ୍ରାୟୋଜିତ ନୂତନ ଯୋଜନାରେ ଏହାକୁ ଆରମ୍ଭ କରାଯିବ। 6ଟି