ରାଜ୍ୟ ଶିକ୍ଷା ଓ ନିଯୁକ୍ତି|ସ୍ପେଶାଲ ରିପୋର୍ଟ

ମାଟ୍ରିକ ପରୀକ୍ଷାର୍ଥୀଙ୍କ ମୁଣ୍ଡ ଉପରେ ଚଢ଼ିଗଲା ଟ୍ରକ: ରାସ୍ତାରୋକ

ସୁନ୍ଦରଗଡ଼: ଆଜି ଭୋର୍ ୫ଟାରେ ସୁନ୍ଦରଗଡ଼- ହେମଗିର ରାସ୍ତା ଚକ୍ରାମାଲ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ବାଇକରେ ଯାଉଥିବା ଜଣେ ମାଟ୍ରିକ ପରୀକ୍ଷାର୍ଥୀଙ୍କୁ ବିପରୀତ ଦିଗରୁ ଆସୁଥିବା ଏକ ଟ୍ରକ (ଓଡି ୨୩ ଜି ୯୨୧୩) ଧକ୍କା ଦେଇ ତାଙ୍କ ମୁଣ୍ଡ ଉପରକୁ ଚଢ଼ିଯାଇଥିଲା। ଘଟଣାସ୍ଥଳରେ ହିଁ ସମ୍ପୃକ୍ତ ଛାତ୍ରଙ୍କ ଶୋଚନୀୟ ମୃତ୍ୟୁ ହୋଇଯାଇଛି। ମୃତକ ହେଲେ ସର୍ଗିପାଲି ଢେଲସରାର ଅର୍ମନ ରାଏ। ସେ ନିଆଲିପାଲି ହାଇସ୍କୁଲ କେନ୍ଦ୍ରରେ ପରୀକ୍ଷା ଦେଉଥିଲେ।

ଦୁର୍ଘଟଣା ପରେ ସେଠାରେ ଉତ୍ତେଜନା ପ୍ରକାଶ ପାଇଥିବାବେଳେ ପ୍ରତିବାଦରେ ଲୋକେ ରାସ୍ତାରୋକ କରିଛନ୍ତି, ଯାହାଫଳରେ ରାସ୍ତାର ଉଭୟ ପାର୍ଶ୍ବରେ ଶହଶହ ଗାଡ଼ିମଟର ଅଟକି ରହିଛି। ଜିଲ୍ଲା ପରିଷଦ ସଭାପତି କୁନ୍ତୀ ପ୍ରଧାନ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ପୁଲିସ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରୁଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।