ରାଜ୍ୟ ସ୍ପେଶାଲ ରିପୋର୍ଟ

ମାଟ୍ରିକ ପରୀକ୍ଷା ହେବ ସହଜ! ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ଲାଗି ପ୍ରସ୍ତୁତ ହେଲା ନମୁନା ପ୍ରଶ୍ନପତ୍ର

ଭୁବନେଶ୍ବର: ୨୦୨୪ ମାଟ୍ରିକ୍‌ ପରୀକ୍ଷା ଦେବାକୁ ଥିବା ଛାତ୍ରଛାତ୍ରୀଙ୍କ ପାଇଁ ଗଣଶିକ୍ଷା ବିଭାଗ ପକ୍ଷରୁ ନମୁନା ପ୍ରଶ୍ନପତ୍ର ପ୍ରସ୍ତୁତ କରାଯାଇଛି। ଏହି ପ୍ରଶ୍ନପତ୍ର ଅନୁଯାୟୀ ଦଶମ ଶ୍ରେଣୀ ଛାତ୍ରଛାତ୍ରୀ ଆଗକୁ ଦେବାକୁ ଥିବା ବୋର୍ଡ ପରୀକ୍ଷା ପାଇଁ ନିଜକୁ ପ୍ରସ୍ତୁତ କରିବେ। ଜିଲ୍ଲା ଶିକ୍ଷା ଅଧିକାରୀମାନେ ପ୍ରଶ୍ନପତ୍ରଗୁଡ଼ିକୁ ହାଇସ୍କୁଲର ପ୍ରଧାନଶିକ୍ଷକମାନଙ୍କୁ ପଠାଇବା ସହ ସମସ୍ତ ପିଲାଙ୍କ ନିକଟରେ ପହଞ୍ଚାଇବାକୁ ମାଧ୍ୟମିକ ଶିକ୍ଷା ନିର୍ଦେଶକ ନିର୍ଦେଶ ଦେଇଛନ୍ତି ।

ମାଟ୍ରିକ ପରୀକ୍ଷା ଅନୁଯାୟୀ ଓଡ଼ିଆ, ଇଂରାଜି, ହିନ୍ଦୀ, ସଂସ୍କୃତ, ଗଣିତ, ବିଜ୍ଞାନ, ସାମାଜିକ ବିଜ୍ଞାନ ବିଷୟର ଗୋଟିଏ ସେଟ୍‌ ଲେଖାଏ ନମୁନା ପ୍ରଶ୍ନପତ୍ର ପଠାଯାଇଛି। ଏହାସହ ଜିଲ୍ଲାସ୍ତରରେ ଥିବା ଦକ୍ଷ ଶିକ୍ଷକମାନଙ୍କ ଦ୍ବାରା ପ୍ରଶ୍ନପତ୍ର ପ୍ରସ୍ତୁତ କରାଯାଇ ତାହାକୁ କୋସଚିନ୍ ବ୍ୟାଙ୍କ ପାଇଁ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ନିକଟକୁ ପଠାଇବାକୁ ନିର୍ଦେଶ ଦିଆଯାଇଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।