ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ମାର୍ଚ୍ଚ ୨୮ରୁ ଖୋଲିବ ଅଙ୍ଗନବାଡ଼ି କେନ୍ଦ୍ର, ଜାରି ହେଲା ଏସଓପି

ଭୁୁବନେଶ୍ବର: ୪ ଦିନ ପରେ ଅର୍ଥାତ ମାର୍ଚ୍ଚ ୨୮ ତାରିଖ ଠାରୁ ରାଜ୍ୟର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକ ଖୋଲିବ। କୋଭିଡ୍ ସଂକ୍ରମଣ ଭିତରେ ପାଖାପାଖି ବର୍ଷକ ପରେ ଅଙ୍ଗନବାଡ଼ି କେନ୍ଦ୍ର ଖୋଲିବ। ଅଙ୍ଗନବାଡ଼ି କେନ୍ଦ୍ର ଖୋଲିବାକୁ ରାଜ୍ୟ ସରକାର ଏସଓପି ଜାରି କରିଛନ୍ତି । ସକାଳ ସାଢ଼େ ୭ଟାରୁ ସାଢ଼େ ୯ଟା ଯାଏଁ ଖୋଲିବ ଅଙ୍ଗନବାଡ଼ି କେନ୍ଦ୍ର ଖୋଲିବାକୁ ଏସଓପିରେ କୁହାଯାଇଛି। ଏନେଇ ଆଇସିଡିଏସ୍ ନିର୍ଦ୍ଦେଶକ ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖି ନିର୍ଦ୍ଦେଶ ଦେଇଛନ୍ତି ।

ସବୁଠାରୁ ବଡ଼କଥା ହେଲା, ଯଦି ଅଙ୍ଗନବାଡ଼ି ଖୋଲିବାରେ କିଛି ସମସ୍ୟା ରହିଥାଏ ସେନେଇ ନିଷ୍ପିତ୍ତି ନେବେ ସ୍ଥାନୀୟ ଜିଲ୍ଲା ପ୍ରଶାସନ । ସମସ୍ତ ଅଙ୍ଗନବାଡ଼ି କର୍ମୀ କରୋନା ଟିକାର ଦୁଇଟି ଡୋଜ୍ ନେବା ବାଧ୍ୟତାମୂଳକ । ଯଦି କେହି ଉଦ୍ଦେଶ୍ୟମୂଳକ ଭାବେ ଟିକା ନେଇନଥିବେ ତେବେ ତାଙ୍କ ବିରୋଧରେ ସରକାର ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ ଏସଓପିରେ ନିର୍ଦ୍ଦେଶ ଦେଇଛନ୍ତି।

NewsLaxmi7

About Author

You may also like

ଶିକ୍ଷା ଓ ନିଯୁକ୍ତି

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା, ରାଜ୍ୟ ସରକାରଙ୍କୁ ଜବାବ ତଲବ କଲେ ହାଇକୋର୍ଟ

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା ପ୍ରସଙ୍ଗରେ ହାଇକୋର୍ଟରେ ଶୁଣାଣି ହୋଇଛି । ଗଣଶିକ୍ଷା ବିଭାଗର ସ୍ପଷ୍ଟ ମତ ଲୋଡିଛନ୍ତି ହାଇକୋର୍ଟ । କେତେ ପ୍ରତିଶତ ଫି’କମାଯାଇପାରିବ
ଶିକ୍ଷା ଓ ନିଯୁକ୍ତି

ଷ୍ଟାର୍ସ ପ୍ରୋଜେକ୍ଟକୁ କେନ୍ଦ୍ରର ମଞ୍ଜୁରି, ଖର୍ଚ୍ଚ ହେବ 5718 କୋଟି ଟଙ୍କା

ଆରମ୍ଭ ହେବ ଷ୍ଟାର୍ସ ପ୍ରୋଜେକ୍ଟ। ଶିକ୍ଷା ମନ୍ତ୍ରାଳୟର ସ୍କୁଲ ଶିକ୍ଷା ଏବଂ ସାକ୍ଷରତା ବିଭାଗ ଅଧିନରେ କେନ୍ଦ୍ର ପ୍ରାୟୋଜିତ ନୂତନ ଯୋଜନାରେ ଏହାକୁ ଆରମ୍ଭ କରାଯିବ। 6ଟି