ରାଜ୍ୟ ସ୍ୱାସ୍ଥ୍ୟ

ମାଡ଼ିଲା ବିପଦ: ଓଡ଼ିଶାରୁ ଆଉ ୫ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: କରୋନାର ନୂଆ ଭାରିଆଣ୍ଟ ନିଜର କାୟା ବିସ୍ତାର କରିବାରେ ଲାଗିଛି । ଏହାରି ମଧ୍ୟରେ ରାଜ୍ୟରେ ଆଉ ୫ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏନେଇ ସ୍ୱାସ୍ଥ୍ୟ ବିଭାଗକୁ ଅବଗତ କରିଛି ଆଇଏଲଏସ ।ଏହି କ୍ରମରେ ରାଜ୍ୟରେ ମୋଟ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୧୫ରେ ପହଞ୍ଚିଛି । ସମ୍ପୃକ୍ତ ୫ ଓମିକ୍ରନ ଆକ୍ରାନ୍ତଙ୍କ ତଥ୍ୟ ନେଇ ଅନୁଧ୍ୟାନ ଚାଲିଛି ବୋଲି ଆଇଏଲଏସ କହିଛି ।

ଅନ୍ୟପଟେ କୋଭିଡ ମୁକାବିଲା ନେଇ ୮ଟି ରାଜ୍ୟକୁ ଚିଠି ଲେଖିଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ । ଟେଷ୍ଟିଂ, ହସ୍ପିଟାଲ କ୍ଷମତା/ପ୍ରସ୍ତୁତି, ଟିକାକରଣ ବୃଦ୍ଧି ପାଇଁ ଚିଠି ଲେଖିଛନ୍ତି । ଦିଲ୍ଲୀ, ହରିଆଣା, ତାମିଲନାଡ଼ୁ, ପଶ୍ଚିମବଙ୍ଗ, ମହାରାଷ୍ଟ୍ର, ଗୁଜରାଟ, କର୍ଣ୍ଣାଟକ ଓ ଝାଡ଼ଖଣ୍ଡ ସରକାରଙ୍କୁ ଚିଠି ଲେଖିଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ