ରାଜ୍ୟ ସ୍ପେଶାଲ ରିପୋର୍ଟ

ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବିରେ ବିଜେପିର ବିକ୍ଷୋଭ: ଆଜି ଜିଲ୍ଲା ସଦର ମହକୁମାରେ ବିକ୍ଷୋଭ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

ଭୁବନେଶ୍ୱର: ଦିନକୁ ଦିନ ରାଜ୍ୟରେ ଆଇନଶୃଙ୍ଖଳା ସ୍ଥିତି ବିପର୍ଯ୍ୟସ୍ତ ହେବାରେ ଲାଗିଛି। ସାଧାରଣ ଲୋକ ନ୍ୟାୟ ପାଇବା ଆଶାରେ ଥାନାକୁ ଗଲେ ପୁଲିସ ଏତଲା ରଖୁନି। ନ୍ୟାୟାଳୟର ହସ୍ତକ୍ଷେପ ପରେ ପୁଲିସ ଏତଲା ଗ୍ରହଣ କରୁଛି। ହେଲେ ତଦନ୍ତର ଫଳାଫଳ ସନ୍ଦେହ ଘେରରେ ରହୁଛି। ବିଜେଡି ଶାସନରେ ରାଜ୍ୟବାସୀ ଅସୁରକ୍ଷିତ ହୋଇପଡ଼ିଛନ୍ତି। ନୈତିକତା ଦୃଷ୍ଟିରୁ ୨୩ ବର୍ଷ ଧରି ଗୃହ ବିଭାଗ ଦାୟିତ୍ୱରେ ଥିବା‌ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତୁରନ୍ତ ଇସ୍ତଫା ଦିଅନ୍ତୁ ବୋଲି ବିଜେପି ଦାବି କରି ରାଜଧାନୀର ବିଭିନ୍ନ ସ୍ଥାନରେ ବିକ୍ଷୋଭ ପ୍ରଦର୍ଶନ କରିଛି।

ଆଜି ବିଜେପି ପକ୍ଷରୁ ଏଜି ଛକ, ଜୟଦେବବିହାର, ପଳାସୁଣୀ, ଖଣ୍ଡଗିରି ଏବଂ ସାମନ୍ତରାପୁର ଛକ ଆଦି ୫ଟି ସ୍ଥାନରେ ହରତାଳ ଓ ବିକ୍ଷୋଭ ପ୍ରଦର୍ଶନ ହୋଇଥିଲା। ବିଜେପି କର୍ମୀ ଶୋଭାଯାତ୍ରାରେ ଆସି ରାଜଧାନୀର ଚାରିପଟୁ ଘେରିବା ସହ ଅଖଚକ ବନ୍ଦ ସ୍ଥିତି ସୃଷ୍ଟି କରିଥିଲେ। ଏପରିକି ଏଜି ଛକରେ ବିକ୍ଷୋଭକାରୀ ବିଧାନସଭା ମୁହାଁ ହେବାରୁ ପୁଲିସ ସହ ଧସ୍ତାଧସ୍ତି ହୋଇଥିଲେ। ବିଜେପି ପକ୍ଷରୁ କୁହାଯାଇଛି ଯେ, ଆଗାମୀ ଦିନରେ ଆନ୍ଦୋଳନକୁ ଆହୁରି ଅଧିକ ଶାଣିତ କରିବା ସହ ଗ୍ରାମାଞ୍ଚଳରୁ ଆରମ୍ଭ କରି, ପଞ୍ଚାୟତ, ବ୍ଳକରେ ପ୍ରତିବାଦ କରାଯିବ। ବୁଧବାର ରାଜ୍ୟର ସମସ୍ତ ଜିଲ୍ଲା ସଦର ମହକୁମାରେ ବିକ୍ଷୋଭ ପ୍ରଦର୍ଶନ ସହିତ ଆଇନ ଅମାନ୍ୟ ଆନ୍ଦୋଳନ ଓ ହରତାଳ କରାଯିବ। ସେହିପରି ୧୬ରେ ରାଜ୍ୟ ସରକାରଙ୍କୁ ବରଖାସ୍ତ ଦାବିରେ ରାଜଭବନ ସମ୍ମୁଖରେ ଧାରଣା ଦିଆଯିବା ସହ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ରାଜ୍ୟପାଳଙ୍କୁ ସ୍ମାରକ ପତ୍ର ପ୍ରଦାନ କରାଯିବ।

ଆଜିର ଆନ୍ଦୋଳନରେ ସାଂସଦ ବସନ୍ତ ପଣ୍ଡା, ବିଜେପି ମୁଖ୍ୟ ସଚେତକ ମୋହନ ମାଝୀ, ବିଧାୟକ ଲଲିତେନ୍ଦୁ ବିଦ୍ୟାଧର ମହାପାତ୍ର, ଜୟନ୍ତ ଷଡ଼ଙ୍ଗୀ, ନବ ଚରଣ ମାଝୀ, ଭାସ୍କର ମଢେଇ, ବୁଧାନ ମୁର୍ମୁ, ପୂର୍ବତନ ମନ୍ତ୍ରୀ କେ.ଭି ସିଂହଦେଓ, ଭୁବନେଶ୍ବର ଜିଲ୍ଲା ସଭାପତି ବାବୁ ସିଂହ, ମୁଖପାତ୍ର ଦିଲୀପ ମହାନ୍ତି, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଜଗନ୍ନାଥ ପ୍ରଧାନ, ଉପସଭାପତି ପ୍ରଭାତୀ ପରିଡ଼ା, ସାଧାରଣ ସଂପାଦକ ଲେଖାଶ୍ରୀ ସାମନ୍ତସିଂହାର, ଏସ୍‌ସି ମୋର୍ଚ୍ଚା ସଭାପତି ବିଭୁ ପ୍ରସାଦ ତରାଇ, ଓବିସି ମୋର୍ଚ୍ଚା ସଭାପତି ସୁରଥ ବିଶ୍ୱାଳ, ପୁରୀ ଜିଲ୍ଲା ସଭାପତି ଆଶ୍ରିତ ପଟ୍ଟନାୟକ, ରାଜ୍ୟ ଉପସଭାପତି ଭୃଗୁ ବକ୍ସିପାତ୍ର, ମୁଖପାତ୍ର ସୁଦୀପ୍ତ ରାୟ, ଖୋର୍ଦ୍ଧା ଜିଲ୍ଲା ସଭାପତି ରଶ୍ମୀରଂଜନ ମହାପାତ୍ର, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ବିଶ୍ୱରଂଜନ ବଡଜେନା,ପୂର୍ବତନ ବିଧାୟକ ପ୍ରକାଶ ବେହେରାଙ୍କ ସମେତ ବହୁ କାର୍ଯ୍ୟକର୍ତା ଯୋଗଦେଇଥିଲେ।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।