ରାଜ୍ୟ ସ୍ପେଶାଲ ରିପୋର୍ଟ

ଯୁକ୍ତ୨ କଲେଜ ପାଇଁ ୯୦୨ ପଦବି ସୃଷ୍ଟି: ୧୦୬ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମିଳିବ ନିଯୁକ୍ତି

ଭୁବନେଶ୍ୱର: ରାଜ୍ୟର ୧୦୬ଟି ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତଥା ଯୁକ୍ତ୨ କଲେଜ ପାଇଁ ନୂତନ ପଦବି ସୃଷ୍ଟି ହୋଇଛି। ରାଜ୍ୟ ସରକାର ମୋଟ ୯୦୨ଟି ପଦବି ତିଆରି କରିଛନ୍ତି। ଏଥିରେ ୬୪୨ଟି ଶିକ୍ଷକ ଓ ୨୬୦ଟି ଅଣଶିକ୍ଷକ ପଦ ରହିଛି। ଏନେଇ ଖୁବ୍‌ଶୀଘ୍ର ନିଯୁକ୍ତି ପ୍ରକ୍ରିୟା ଆରମ୍ଭ ହେବ। ୬୪୨ ପୋଷ୍ଟ ଗ୍ରାଜୁଏଟ୍‌ ଟିଚର୍‌(ପିଜିଟି) ପଦବି ସମେତ ୨୪ ଲାବରୋଟାରି ଆସିଷ୍ଟାଣ୍ଟ, ୨୪ ଲାବୋରେଟୋରି ଆଟେଣ୍ଡାଣ୍ଟ୍‌, ୧୦୬ ଆସିଷ୍ଟାଣ୍ଟ୍‌ ଲାଇବ୍ରେରିଆନ୍‌, ୧୦୬ ଜୁନିୟର୍‌ କ୍ଲର୍କ ପଦ ସୃଷ୍ଟି ହୋଇଛି।

ସୂଚନାଯୋଗ୍ୟ, ଚଳିତ ବର୍ଷ ୧୦୬ ଉଚ୍ଚ ବିଦ୍ୟାଳୟକୁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଭାବେ ସରକାର ଉନ୍ନୀତ କରିଛନ୍ତି। ଏସବୁ ବିଦ୍ୟାଳୟରେ ଯୁକ୍ତ୨ ଖୋଲିଛି। ଦଶମ ପରେ ଛାତ୍ରଛାତ୍ରୀ ସିଧାସଳଖ ନିଜ ବିଦ୍ୟାଳୟରେ ଯୁକ୍ତ୨ ପଢ଼ିପାରିବେ। ସେମାନଙ୍କୁ ଶିକ୍ଷାଦାନ ପାଇଁ ଏହି ନୂତନ ଶିକ୍ଷକ ପଦବିଗୁଡ଼ିକ ସୃଷ୍ଟି ହୋଇଛି। ସେହିପରି ପ୍ରତି ଉନ୍ନୀତ ମାଧ୍ୟମିକ ବିଦ୍ୟାଳୟରେ ଅଫିସ କାର୍ଯ୍ୟ, ଲ୍ୟାବ୍‌ର ସୁପରିଚାଳନା ଓ ପାଠାଗାର ପରିଚାଳନା ପାଇଁ ମଧ୍ୟ ସରକାର ବିଶେଷ ଧ୍ୟାନ ଦେଇ ଅଣଶିକ୍ଷକ ପଦଗୁଡ଼ିକୁ ମଂଜୁରି ଦେଇଛନ୍ତି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।