ରାଜ୍ୟ ସ୍ପେଶାଲ ରିପୋର୍ଟ

ଯୁକ୍ତ୨ ଦ୍ବିତୀୟ ପର୍ଯ୍ୟାୟ ମେଧା ତାଲିକା ପ୍ରକାଶ

ଭୁବନେଶ୍ବର : ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତଥା ଯୁକ୍ତ୨ କଲେଜର ଏକାଦଶ ଶ୍ରେଣୀରେ ନାମଲେଖା ଲାଗି ଆଜି ଦ୍ୱିତୀୟ ପର୍ଯ୍ୟାୟ ମେଧା ତାଲିକା ତଥା କଟ୍‌ ଅଫ୍‌ ମାର୍କ ପ୍ରକାଶ ପାଇଛି। ଏହି ପର୍ଯ୍ୟାୟରେ ୭୦ହଜାର ୧୦୫ଜଣ ଛାତ୍ରଛାତ୍ରୀ ନାମଲେଖା ପାଇଁ ମନୋନୀତ ହୋଇଛନ୍ତି। କଳାରେ ସର୍ବାଧିକ ୪୯ହଜାର ୭୦, ବାଣିଜ୍ୟରେ ୩,୧୮୨, ବିଜ୍ଞାନରେ ୧୬ହଜାର ୯୨୭, ସଂସ୍କୃତରେ ୩୫୩, ଓ ଧନ୍ଦାମୂଳକ ଶିକ୍ଷାରେ ୫୭୩ଜଣ ଛାତ୍ରଛାତ୍ରୀଙ୍କୁ ନାମ ଲେଖାଇବାକୁ ଇଣ୍ଟିମେସନ ପଠାଯାଇଛି। ଯୋଗ୍ୟ ପ୍ରାର୍ଥୀଙ୍କ ତାଲିକାରେ ୩୬ହଜାର ୨୧୫ ଛାତ୍ର, ୩୩ହଜାର ୮୮୨ ଛାତ୍ରୀ ଓ ୮ଜଣ କିନ୍ନର ରହିଛନ୍ତି। ଗୁରୁବାରଠାରୁ ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ଏହି ପର୍ଯ୍ୟାୟରେ ଯୋଗ୍ୟ ବିବେଚିତ ହୋଇଥିବା ଛାତ୍ରଛାତ୍ରୀଙ୍କ ନାମଲେଖା ଚାଲିବ। ପ୍ରଥମ ପର୍ଯ୍ୟାୟ ତୁଳନାରେ ଏଥର କଟ୍‌ ଅଫ୍‌ ମାର୍କରେ ସାମାନ୍ୟ ହ୍ରାସ ପାଇଥିବା ଦେଖିବାକୁ ମିଳିଛି।

୨୦୨୩-୨୪ ଶିକ୍ଷାବର୍ଷରେ ରାଜ୍ୟର ୨,୧୬୬ ଯୁକ୍ତ୨ କଲେଜର ୫ ଲକ୍ଷ ୯ହଜାର ୨୪୫ ସିଟ୍‌ ପାଇଁ ନାମଲେଖା ହେଉଛି। ଯୁକ୍ତ୨ ପଢ଼ିବା ପାଇଁ ୪ ଲକ୍ଷ ୭୨ ହଜାର ୨୭୯ଜଣ ଛାତ୍ରଛାତ୍ରୀ ଆବେଦନ କରିଥିଲେ। ସେମାନଙ୍କ ମଧ୍ୟରୁ ପ୍ରଥମ ପର୍ଯ୍ୟାୟରେ ୪ ଲକ୍ଷ ୧୨ହଜାର ୩୬୮ଜଣଙ୍କୁ ସିଟ୍‌ ଆଲଟ୍‌ମେଣ୍ଟ କରାଯାଇଥିଲା। ଗତକାଲି ସୁଦ୍ଧା ୩ ଲକ୍ଷ ୪୩ ହଜାର ୭୬୯ ଛାତ୍ରଛାତ୍ରୀ ନାମ ଲେଖାଇଛନ୍ତି। ଦ୍ବିତୀୟ ପର୍ଯ୍ୟାୟ ନାମଲେଖା ପରେ ଖାଲି ପଡ଼ିଥିବା ସିଟ୍‌ଗୁଡ଼ିକ ପାଇଁ ଜୁଲାଇ ୨୭ରେ ସ୍ପଟ୍‌ ନାମଲେଖା ପାଇଁ ମେଧା ତାଲିକା ପ୍ରକାଶ ପାଇବ ଏବଂ ଛାତ୍ରଛାତ୍ରୀ ସେମାନଙ୍କ ଇଣ୍ଟିମେସନ ଲେଟର ଡାଉନ୍‌ଲୋଡ୍‌ କରିପାରିବେ। ୨୯ରୁ ୩୧ ତାରିଖ ମଧ୍ୟରେ ସ୍ପଟ୍‌ ଚୟନରେ ଯୋଗ୍ୟ ବିବେଚିତ ଛାତ୍ରଛାତ୍ରୀଙ୍କ ନାମଲେଖା ଅନୁଷ୍ଠିତ ହେବା ସହ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ସ୍ତରରେ ନାମଲେଖା ଅପ୍‌ଡେଟ୍‌ ହେବ। ଅଗଷ୍ଟ ପହିଲାରୁ ଛାତ୍ରଛାତ୍ରୀଙ୍କ ପାଠପଢ଼ା ଆରମ୍ଭ ହେବ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।