ରାଜ୍ୟ ସ୍ପେଶାଲ ରିପୋର୍ଟ

ରମାଦେବୀ ବିଶ୍ବବିଦ୍ୟାଳୟରେ ପ୍ରେକ୍ଷାଳୟ ଉଦ୍‌ଘାଟିତ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

ଭୁବନେଶ୍ବର: ଆସନ୍ତା ୧୦ ତାରିଖରେ ରମାଦେବୀ ମହିଳା ବିଶ୍ବବିଦ୍ୟାଳୟର ଦ୍ବିତୀୟ ସମାବର୍ତ୍ତନ ଉତ୍ସବରେ ଯୋଗଦେବା ଲାଗି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସୁଛନ୍ତି। ତାଙ୍କ ଗସ୍ତ ପୂର୍ବରୁ ଆଜି ବିଶ୍ବବିଦ୍ୟାଳୟ ପରିସରରେ ନବନିର୍ମିତ ‘ରମାଦେବୀ ପ୍ରେକ୍ଷାଳୟ’କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‌ଘା‌ଟନ କରିଛନ୍ତି। ଅପରାହ୍ଣରେ ଆୟୋଜିତ ସ୍ବତନ୍ତ୍ର ଉତ୍ସବରେ ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀ, ଭୁବନେଶ୍ବର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା, ବିଏମ୍‌ସି ମେୟର ସୁଲୋଚନା ଦାସ, ୫-ଟି ସଚିବ ଭି.କେ ପାଣ୍ଡିଆନ୍‌, ଉଚ୍ଚଶିକ୍ଷା ସଚିବ ବିଷ୍ଣୁପଦ ସେଠୀ ପ୍ରମୁଖ ଉପସ୍ଥିତ ଥିଲେ। ଏହି ଅବସରରେ ରମାଦେବୀ ବିଶ୍ବବିଦ୍ୟାଳୟ ସମ୍ପର୍କରେ ଏକ ସଂକ୍ଷିପ୍ତ ଭିଡିଓ ଚିତ୍ର ମୁଖ୍ୟମନ୍ତ୍ରୀଙ୍କ ପାଇଁ ପ୍ରଦର୍ଶିତ କରାଯାଇଥିଲା। ବିଶ୍ବବିଦ୍ୟାଳୟ କୁଳପତି ପ୍ରଫେସର୍‌ ଅପରାଜିତା ଚୌଧୁରୀ ମା’ ରମାଦେବୀଙ୍କ ଏକ ଫଟୋଚିତ୍ର ମୁଖ୍ୟମନ୍ତ୍ରୀଙ୍କୁ ଦେଇଥିଲେ।

ଉତ୍ସବ ପରେ ଗଣମାଧ୍ୟମକୁ ସୂଚନା ଦେଇ ଉଚ୍ଚଶିକ୍ଷା ମନ୍ତ୍ରୀ ଶ୍ରୀ ପୂଜାରୀ କହିଲେ, ବିଶ୍ବବିଦ୍ୟାଳୟକୁ ଉତ୍କର୍ଷ କେନ୍ଦ୍ରରେ ପରିଣତ କରିବା ଦିଗରେ ପଦକ୍ଷେପ ନିଆଯାଉଛି। ଯାହାବି କିଛି ଆବଶ୍ୟକ ରାଜ୍ୟ ସରକ‌ାର ସହାୟତା ଯୋଗାଇ ଦେବେ। ନୂଆ ପାଠ୍ୟକ୍ରମ ଖୋଲିବା ନେଇ ବିଶ୍ବବିଦ୍ୟାଳୟ କର୍ତ୍ତୃପକ୍ଷ ଆବେଦନ କଲେ ତାହା ଉପରେ ବିଚାର କରାଯିବ। ବିଶ୍ବବିଦ୍ୟାଳୟ କୁଳପତି ପ୍ରଫେସର ଚୌଧୁରୀ କହିଲେ, ଏକ ହଜାର ସିଟ୍‌ ବିଶିଷ୍ଟ ଏହି ପ୍ରେକ୍ଷାଳୟ ଛାତ୍ରୀଙ୍କ ପାଇଁ ବେଶ୍‌ ଫଳପ୍ରଦ ହେବ। ରାଷ୍ଟ୍ରପତିଙ୍କ ଗସ୍ତକୁ ନଜରରେ ରଖି କ୍ୟାମ୍ପସରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ସମସ୍ତ ପ୍ରସ୍ତୁତି ଏବେ ‌ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ୨ଜଣ ଛାତ୍ରୀଙ୍କୁ ପିଏଚ୍‌ଡି, ୨୨ଜଣ ଛାତ୍ରୀଙ୍କୁ ସ୍ବର୍ଣ୍ଣପଦକ ପ୍ରଦାନ କରାଯିବ। କେଉଁମାନଙ୍କୁ ସମ୍ମାନସୂଚକ ଡକ୍ଟରେଟ୍‌ ଡିଗ୍ରି ପ୍ରଦାନ କରାଯିବ, ତାହା ବୁଧବାର ଘୋଷଣା ହେବ।

ଉତ୍ସବରେ ବିଶ୍ବବିଦ୍ୟାଳୟ କୁଳସଚିବ ଶ୍ୟାମଳୀ ମହାପାତ୍ର, ପିଜି କାଉନ‌ସିଲ୍‌ ଅଧ୍ୟକ୍ଷ ଚଣ୍ଡୀ ଚରଣ ରଥ, ଲୋକ ସମ୍ପର୍କ ଅଧିକାରୀ ମାନସ ବେହେରା, ପ୍ରଫେସର୍‌ ସସ୍ମିତା ମହାନ୍ତି, ପ୍ରଫେସର୍‌ ମଧୁସ୍ମିତା ପତିଙ୍କ ସମେତ ଉଚ୍ଚଶିକ୍ଷା ବିଭାଗ ଅଧିକାରୀ, ବିଶ୍ବବିଦ୍ୟାଳୟ ଅଧ୍ୟାପକ ଅଧ୍ୟାପିକା, କର୍ମଚାରୀ, ଛାତ୍ରୀମାନେ ଉପସ୍ଥିତ ଥିଲେ। ଏହି ଅତ୍ୟାଧୁନିକ ପ୍ରେକ୍ଷାଳୟରେ ଏକ ହଜାର ସିଟ୍‌ର ବ୍ୟବସ୍ଥା ରହିଛି, ଯାହାକି ସମ୍ପୂର୍ଣ୍ଣ ଶୀତତାପ ନିୟନ୍ତ୍ରିତ। ଏହାର ଶବ୍ଦ ଓ ଆଲୋକ ବ୍ୟବସ୍ଥା ଅତ୍ୟାଧୁନିକ। ଏଥିରେ ବହୁମୁଖୀ ପରିସର, ଭିଆଇପି କୋଠରୀ, ସବୁଜ ଗୃହ, ଭିନ୍ନକ୍ଷମ ସହାୟକ ବ୍ୟବସ୍ଥା ରହିଛି। ୧୭ କୋଟି ଟଙ୍କା ବ୍ୟୟରେ ରୁସା ଓ ରାଜ୍ୟ ସରକାରଙ୍କ ଅନୁଦାନରେ ଏହା ନିର୍ମିତ ହୋଇଛି।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।