ଦେଶ ବିଦେଶ ସ୍ପେଶାଲ ରିପୋର୍ଟ ସ୍ୱାସ୍ଥ୍ୟ

ରାଜଧାନୀକୁ ଘାରିଲା କରୋନା ଚିନ୍ତା: ଧୀରେ ଧୀରେ ପୁଣି ଘାତକ ହେଲାଣି ମହାମାରୀ; ଆଜି ପୁଣି ବଢ଼ିଲା ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ: ଦିଲ୍ଲୀରେ ଧୀରେ ଧୀରେ ଘାତ ହେଲାଣି କରୋନା। ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ମୃତ୍ୟୁ ସଂଖ୍ୟା ବି ଭୟଙ୍କର ରୂପ ନେବାକୁ ବସିଲାଣି। ଗତ ୨୪ ଘଣ୍ଟାରେ ଦିଲ୍ଲୀରେ ୧୦ ଜଣ କରୋନା ରୋଗୀଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି।

ସ୍ୱାସ୍ଥ୍ୟ ବିଭାଗ ଦେଇଥିବା ସୂଚନା ଅନୁସାରେ, ଦିନକରେ ଦିଲ୍ଲୀରେ ୨,୧୩୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୦ ଜଣଙ୍କର ଜୀବନ ଯାଇଛି। ନୂଆ ଆକ୍ରାନ୍ତଙ୍କ ମିଶାଇ ଦେଶରେ କରୋନା ସକ୍ରିୟ ସଂଖ୍ୟା ୧୫.୦୨ ପ୍ରତିଶତ ରହିଛି। ଆଜିକୁ ମିଶାଇ ଦିଲ୍ଲୀରେ ଲଗାତର ୧୦ ଦିନ ହେଲାଣି କରୋନା ସଂକ୍ରମଣ ୨ ହଜାର ଉପରେ ରହୁଛି। ଏନେଇ ଚିନ୍ତା ପ୍ରକଟ କରିଛନ୍ତି ଦିଲ୍ଲୀ ସରକାର। ରାଜଧାନୀରେ ଭିଡ଼ ନ ଜମାଇବା ପାଇଁ ଲୋକଙ୍କୁ ଅନୁରୋଧ କରିବା ସହ ମାସ୍କ ପିନ୍ଧିବା ବାଧ୍ୟାତାମୁଳକ କରାଯାଇଛି।

ତେବେ ଗତାକାଲି ଅପେକ୍ଷା ଆଜି ଦୈନିକ ସଂକ୍ରମଣ ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା ବଢ଼ିଯାଇଛି। ଗତକାଲି ଦିଲ୍ଲୀରେ ୨୭୨୬ ରୋଗୀ ଚିହ୍ନଟ ହୋଇଥିଲେ। ଏବଂ ୬ ଜଣଙ୍କର ମୃତ୍ୟୁ ହୋଇଥିଲା। ସେହିପରି ଗତକାଲି ପଜିଟିଭ ହାର ୧୪.୩୮ରେ ସୀମିତ ରହିଥିଲା। ସେହିପରି ବୁଧବାର ଦିଲ୍ଲୀରେ ୮ ଜଣଙ୍କର କରୋନାରେ ମୃତ୍ୟୁ ହୋଇଥିବା ବେଳେ ୨୧୪୬ ରୋଗୀ ଚିହ୍ନଟ ହୋଇଥିଲେ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ