ଦେଶ ବିଦେଶ ରାଜ୍ୟ ସ୍ପେଶାଲ ରିପୋର୍ଟ ସ୍ୱାସ୍ଥ୍ୟ

ରାଜ୍ୟକୁ ଆସୁଛି ଆଉ ୨ ଲକ୍ଷ ୫୦ ହଜାର ଟିକା, ସବୁ ଜିଲ୍ଲାକୁ ବଣ୍ଟନ କରାଯିବ

ଭୁବନେଶ୍ବର ୧୦।୪: ଓଡିଶାକୁ ଆସୁଛି ୨ ଲକ୍ଷ ୫୦ ହଜାର କୋଭିସିଲ୍ଡ ଟିକା । କିଛି ସମୟ ମଧ୍ୟରେ ଭୁବନେଶ୍ବରରେ ପହଞ୍ଚିବ ବୋଲି ସୂଚନା ମିଳିଛି । ସବୁ ଜିଲ୍ଲାକୁ ଟିକା ବଣ୍ଟନ କରାଯିବ । ଟିକା ନେବା ପାଇଁ ଜିଲ୍ଲାରୁ ଟିକା ଗାଡି ଆସିସାରିଛି । ରବିବାର ଟିକା ଉତ୍ସବ ପାଳନ ହେବ । ସବୁ ଟିକା କେନ୍ଦ୍ରରେ ଟିକା ଦିଆଯିବ ବୋଲି ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ସୂଚନା ଦେଇଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ମୋଟ୍ ୩୪୮୧୮୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୦୦୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୩୯୨୦୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହାସହ କରୋନା ଯୋଗୁଁ ୧୯୨୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୯୩୩୮୭୦୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ