ରାଜ୍ୟ ସ୍ପେଶାଲ ରିପୋର୍ଟ ସ୍ୱାସ୍ଥ୍ୟ

ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୦୩ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର ୩୦/୦୯: ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୦୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୯ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୮୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୨୦ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୪୦୯୦ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

୨୬ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୪୬ ଜଣ, ସୁନ୍ଦରଗଡ଼ରୁ ୨୫ ଜଣ, କଟକରୁ ୧୯ ଜଣ, ବାଲେଶ୍ବର ଓ ସମ୍ବଲପୁର ଜିଲ୍ଲାରୁ ୧୨ ଜଣ ଲେଖାଁଏ, ମୟୂରଭଞ୍ଜରୁ ୧୧ ଜଣ, ଜଗତସିଂହପୁର ଓ ପୁରୀ ଜିଲ୍ଲାରୁ ୯ ଜଣ ଲେଖାଁଏ, ଗଜପତିରୁ ୬ ଜଣ, ନୟାଗଡ଼ରୁ ୫ ଜଣ, ଗଞ୍ଜାମ, ଯାଜପୁର, କଳାହାଣ୍ଡି ଓ କେନ୍ଦୁଝର ଜିଲ୍ଲାରୁ ୪ଜଣ ଲେଖାଁଏ, ନବରଙ୍ଗପୁର,ନୂଆପଡ଼ା ଓ ସୋନପୁର ଜିଲ୍ଲାରୁ ୩ ଜଣ ଲେଖାଁଏ, ବରଗଡ଼, ଭଦ୍ରକ, ବଲାଙ୍ଗୀର ଓ ଦେବଗଡ଼ ଜିଲ୍ଲାରୁ ୨ ଜଣ ଲେଖାଁଏ, ଅନୁଗୁଳ, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା ଓ ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍‌ରୁ ୧୦ ଜଣ ଆକ୍ରାନ୍ତ ରହିଛନ୍ତି।


ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୪୦୯୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୪୦୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୨୩୪୩୭ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୫୭୬୮୩୩ ସାମ୍ପୁଲ ଟେଷ୍ଟ୍ ହୋଇଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ