ରାଜ୍ୟ ସ୍ପେଶାଲ ରିପୋର୍ଟ ସ୍ୱାସ୍ଥ୍ୟ

ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୭ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର ୨୧/୧୦: ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୪ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୨୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୨ ବର୍ଷ ବୟସ ମଧ୍ୟରେ ୫ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୫୭ ୫୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।


୧୬ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ସୁନ୍ଦରଗଡ଼ରୁ ୧୨ ଜଣ, ଖୋର୍ଦ୍ଧାରୁ ୧୦ ଜଣ, ବାଲେଶ୍ବର ଓ ପୁରୀ ଜିଲ୍ଲାରୁ ୪ ଜଣ ଲେଖାଁଏ, ବରଗଡ଼, ବଲାଙ୍ଗୀର, ଯାଜପୁର ଓ ସମ୍ବଲପୁର ଜିଲ୍ଲାରୁ ୩ ଜଣ ଲେଖାଁଏ, ବୌଦ୍ଧ, ଦେବଗଡ଼, ଜଗତସିଂହପୁର, କୋରାପୁଟ ଓ ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଁଏ, କଟକ, କଳାହାଣ୍ଡି ଓ ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍ରୁ ୨ ଜଣ ଆକ୍ରାନ୍ତ ରହିଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୫୭୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୪୬୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୨୬୦୩୧ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୭୬୦୭୯୦ ସାମ୍ପୁଲ ଟେଷ୍ଟ୍ ହୋଇଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ