ରାଜ୍ୟ ସ୍ୱାସ୍ଥ୍ୟ

ରାଜ୍ୟରେ ଖସୁଛି ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୨୯୩ କରୋନା ପଜିଟିଭ୍

ଭୁବନେଶ୍ୱର ୨୬।୦୨ : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୯୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୪୬୧୬ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୭୧ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୨୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୮୬ ଜଣ ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୩୫ଜଣ, ବାଲେଶ୍ୱର ଜିଲ୍ଲାରୁ ୯ଜଣ, ବରଗଡ଼ ଜିଲ୍ଲାରୁ ୩ଜଣ, ଭଦ୍ରକ ଜିଲ୍ଲାରୁ ୪ଜଣ, ବଲାଙ୍ଗୀର ଜିଲ୍ଲାରୁ ୩ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୩ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୨୫ଜଣ, ଗଞ୍ଜାମ ଜିଲ୍ଲାରୁ ୨୦ଜଣ, ଜଗତସିଂହପୁର ଜିଲ୍ଲାରୁ ୩ଜଣ, ଯାଜପୁର ଜିଲ୍ଲାରୁ ୧୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୩ଜଣ, କଳାହାଣ୍ଡି ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୧ଜଣ, କେନ୍ଦୁଝର ଜିଲ୍ଲାରୁ ୨୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୯ଜଣ, କୋରାପୁଟ ଜିଲ୍ଲାରୁ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୪ଜଣ, ନୟାଗଡ଼ ଜିଲ୍ଲାରୁ ୨ଜଣ, ନୂଆପଡ଼ା ଜିଲ୍ଲାରୁ ୪ଜଣ, ପୁରୀ ଜିଲ୍ଲାରୁ ଜଣେ, ରାୟଗଡ଼ା ଜିଲ୍ଲାରୁ ୧୪ଜଣ, ସମ୍ବଲପୁର ଜିଲ୍ଲାରୁ ୨୫ଜଣ, ସୋନପୁର ଜିଲ୍ଲାରୁ ୬ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୫ଜଣ, ଷ୍ଟେଟ ପୁଲ୍‌ରୁ ୭ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୪୬୧୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୦୭୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୨୪୨୮ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୯୧୫୫୬୨୮ସାମ୍ପୁଲ ଟେଷ୍ଟ୍ ହୋଇଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ