ଭୁବନେଶ୍ବର ୦୧।୦୨: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୭୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୫୧୫୧ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୭ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୩୨ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୪ଜଣ, ବାଲେଶ୍ୱର ଜିଲ୍ଲାରୁ ୭ଜଣ, ବରଗଡ଼ ଜିଲ୍ଲାରୁ ୫ଜଣ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲରାୁ ୪ଜଣ, ଗଜପତି ଜିଲ୍ଲାରୁ ୨ଜଣ, ଯାଜପୁର ଜିଲ୍ଲାରୁ ୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୧୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ, ନୂଆପଡ଼ା ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ୪ଜଣେ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୪ଜଣେ, ସୋନପୁର ଜିଲ୍ଲାରୁ ୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୦ଜଣ, ଷ୍ଟେଟ୍ ପୁଲ୍ରୁ ୩ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୫୧୫୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୦୮୯ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୩୨୧୦୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୭୭୩୧୭୫୯ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।