ଭୁବନେଶ୍ବର ୨୫।୧୦: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ୧୬୩୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୮୧୨୧୫ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୫୫ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୬୭୮ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।
ରାଜ୍ୟରେ ଚିହ୍ନଟ ହେଲେ ୧୬୩୩ କରୋନା ସଂକ୍ରମିତ, ୨୮୧୨୧୫ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା