ରାଜ୍ୟ

ରାଜ୍ୟରେ ୩୧% କମ୍‌ ବର୍ଷା: ସ୍ବାଭାବିକ ହେବ ମୌସୁମୀ

ଭୁବନେଶ୍ବର: ଗୁଳୁଗୁଳି ଓ ଗରମରୁ ମିଳିବ ଆଶ୍ବସ୍ତି। ସ୍ବାଭାବିକ ସ୍ଥିତିକୁ ଫେରିବ ମୌସୁମୀ। ଆଜି ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ହୋଇଯାଇଛି। ୬ ତାରିଖରୁ ରାଜ୍ୟରେ ବିସ୍ତୃତ ବର୍ଷା ହୋଇପାରେ ବୋଲି ଆଶା ଦେଖାଇଛି ପାଣିପାଗ ବିଭାଗ। ଏପରିକି କିଛି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ମଧ୍ୟ ହୋଇପାରେ। ମୌସୁମୀଜନିତ ନିମ୍ନ ଚାପରେଖା ଆଜି ରାଜସ୍ଥାନର ଗଙ୍ଗାନଗରରୁ ବାହାରି ଦିଲ୍ଲୀ, ଆଲିଗଡ଼, ହମିରପୁର, ପ୍ରୟ‌ାଗରାଜ ଓ ଡାଲଟନ୍‌ଗଞ୍ଜ ମଧ୍ୟ ଦେଇ ଓଡ଼ିଶାର ବାଲେଶ୍ବରରୁ ଦକ୍ଷିଣ-ପୂର୍ବ ଦିଗରେ କେନ୍ଦ୍ରୀୟ ବଙ୍ଗୋ‌ପସାଗର ଯାଏ ଲମ୍ବିଛି। ଫଳରେ ରାଜ୍ୟରେ ପୁଣି ଥରେ ମୌସୁମୀ ବର୍ଷା ଆରମ୍ଭ ପାଇଁ ସବୁଜ ସଙ୍କେତ ମିଳୁଛି। ଏଥିସହ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ଉତ୍ତର ଆନ୍ଧ୍ର ଉପକୂଳରେ ବାୟୁମଣ୍ଡଳର ୧.୫ କିମିରୁ ୭.୬ କିମି ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହି ସବୁ ପାଣିପାଗର ନିୟାମକ ପ୍ରଭାବରେ ରାଜ୍ୟରେ ଆଜିଠାରୁ ଅଳ୍ପ କିଛି ସ୍ଥାନରେ ବର୍ଷା ଆରମ୍ଭ ହୋଇଯାଇଛି।

ଅନ୍ୟପଟେ, ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ନିଅଣ୍ଟିଆ ବର୍ଷା ସ୍ଥିତି ଜାରି ରହିଛି। ଚଳିତ ବର୍ଷ ମୌସୁମୀ ଋତୁରେ ରାଜ୍ୟରେ ୧ ଜୁନ୍‌ରୁ ୪ ଜୁଲାଇ ମଧ୍ୟରେ ୧୭୧.୭ ମିମି ବର୍ଷା ରେକର୍ଡ କରାଯାଇଛି। ଯାହାକି ସ୍ବାଭାବିକ ବର୍ଷା ୨୪୭.୪ ମିମି ତୁଳନାରେ ୩୧% କମ୍‌ ରହିଛି। ସେହିପରି ଚଳିତ ମୌସୁମୀ ଋତୁରେ ଆଜି ସୁଦ୍ଧା ଦେବଗଡ଼ ଜିଲ୍ଲାରେ ସର୍ବାଧିକ ୩୩୧.୮ ମିମି ବର୍ଷା ରେକର୍ଡ ହୋଇଛି। ଏହା ସ୍ବାଭାବିକ ବର୍ଷା ୨୩୫.୯ ମିମି ତୁଳନାରେ ୪୧% ଅଧିକ। ସେହିଭଳି ରାୟଗଡ଼ା‌ ଜିଲ୍ଲାରେ ରାଜ୍ୟର ସର୍ବନିମ୍ନ ବର୍ଷା ୫୬.୭ ମିମି ରେକର୍ଡ ହୋଇଛି। ଏହା ସ୍ବାଭାବିକ ବର୍ଷା ୨୧୩.୯ ମିମି ତୁଳନାରେ ୭୩% କମ୍‌। ଅନ୍ୟପଟେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩.୬ ମିମି ବର୍ଷା ରେକର୍ଡ ହୋଇଛି, ଯାହାକି ସ୍ବାଭାବିକ ବର୍ଷା ୯.୪ ମିମି ତୁଳନାରେ ୬୨% କମ୍‌ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛ

ଆସନ୍ତାକାଲି ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି. ଗଞ୍ଜାମ, କନ୍ଧମାଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏଥିସହ ଉପକୂଳ ଜିଲ୍ଲା ଯଥା, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, ବୌଦ୍ଧ ଓ ନୂଆପଡ଼ା ଆଦି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।