Subscribe to Updates

    Get the latest creative news from FooBar about art, design and business.

    What's Hot

    ବାଲିଘାଟ ପାଇଁ ଗୁଳି, ଜେସିବି ପୋଡ଼ି

    May 29, 2023

    ସ୍ବାମୀଙ୍କ ମୃତ୍ୟୁର ଘଣ୍ଟାଏ ମଧ୍ୟରେ ପତ୍ନୀ ମୃତ: ଗୋଟିଏ ଜୁଇରେ ଜଳିଲା ମରଶରୀର

    May 29, 2023

    ନାମଲେଖା ପୂର୍ବରୁ ରାଜ୍ୟ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ୬୭ ଯୁକ୍ତ୨ କଲେଜରେ କଟକଣା

    May 29, 2023
    Facebook Twitter Instagram
    Trending
    • ବାଲିଘାଟ ପାଇଁ ଗୁଳି, ଜେସିବି ପୋଡ଼ି
    • ସ୍ବାମୀଙ୍କ ମୃତ୍ୟୁର ଘଣ୍ଟାଏ ମଧ୍ୟରେ ପତ୍ନୀ ମୃତ: ଗୋଟିଏ ଜୁଇରେ ଜଳିଲା ମରଶରୀର
    • ନାମଲେଖା ପୂର୍ବରୁ ରାଜ୍ୟ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ୬୭ ଯୁକ୍ତ୨ କଲେଜରେ କଟକଣା
    • ସାଧାରଣ ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ: କର୍ମଚାରୀଙ୍କ ତାଲିକା ମାଗିଲା ରାଜସ୍ବ ବିଭାଗ
    • ବ୍ରାଉନ୍‌ସୁଗାର ବେପାରରେ ବାପ-ପୁଅ
    • ବଦଳିବ ଭିତରକନିକାର ରୂପରେଖ
    • କାଜୁ କେଜି ୫ ହଜାର, ଚାଷୀ ପାଉଛି ୭୦
    • ଜାତୀୟସ୍ତରୀୟ ନୃତ୍ୟ ପ୍ରତିଯୋଗିତା: ବ୍ରହ୍ମପୁର ଜେଲ୍‌ର ବନ୍ଦୀ ହେଲେ ପ୍ରଥମ
    Monday, May 29
    Facebook Twitter Instagram
    Facebook Twitter Instagram
    NEWS LAXMI 7
    Subscribe
    • ଦେଶ ବିଦେଶ
    • ରାଜ୍ୟ
    • ରାଜନୀତି
    • କଳା ଓ ସଂସ୍କୃତି
    • ଲାଇଫ୍ ଷ୍ଟାଇଲ
    • ମନୋରଞ୍ଜନ
      • ଭିଡ଼ିଓ
      • ଖେଳ
    • ପର୍ଯ୍ୟଟନ
    • ଶିକ୍ଷା ଓ ନିଯୁକ୍ତି
    • ଧର୍ମ
    • ସ୍ୱାସ୍ଥ୍ୟ
    • ଅପରାଧ
    • ରାଶିଫଳ
    NEWS LAXMI 7
    Home»ରାଜ୍ୟ»ରାଜ୍ୟରେ ୩ ଦିନ ଧରି ଜାରି ରହିବ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ, ପାରଦ ୪୫ ଡିଗ୍ରି ଡେଇଁ ଯାଇପାରେ
    ରାଜ୍ୟ

    ରାଜ୍ୟରେ ୩ ଦିନ ଧରି ଜାରି ରହିବ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ, ପାରଦ ୪୫ ଡିଗ୍ରି ଡେଇଁ ଯାଇପାରେ

    NewsLaxmi7By NewsLaxmi7May 14, 2023Updated:May 14, 2023No Comments2 Mins Read
    Facebook Twitter LinkedIn WhatsApp Email
    Share
    Facebook Twitter LinkedIn Email WhatsApp

    ଭୁବନେଶ୍ବର : ଆସନ୍ତା ୧୫ ତାରିଖରୁ ୧୭ ତାରିଖ, ୩ ଦିନ ଧରି ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିବ। ଏବେ ଖରା ଓ ଗୁଳୁଗୁଳିରେ ପୂରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ୧୫ ତାରିଖଠାରୁ କଷ୍ଟ ଆହୁରି ବଢ଼ିବ। କିଛି ଜିଲ୍ଲାରେ ପାରଦ ୪୫ ଡିଗ୍ରି ଡେଇଁ ଯାଇପାରେ ବୋଲି ପାଣିପାଗ ବିଭାଗ ଚେତାଇ ଦେଇଛି। ଏପରି ସ୍ଥିତିରେ ଅଂଶୁଘାତ ମାମଲା ବଢ଼ିବାର ସମ୍ଭାବନା ରହିଛି।

    ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ମୁତାବକ, ସୋମବାରଠାରୁ ଓଡ଼ିଶା ସମେତ ରାଜସ୍ଥାନ, ଗୁଜରାଟ ଓ ମଧ୍ୟପ୍ରଦେଶକୁ ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗରୁ ଗରମ ଓ ଶୁଷ୍କ ବାୟୁ ପ୍ରବାହିତ ହେବ। ଫଳରେ ଏହି ସବୁ ରାଜ୍ୟରେ କାଳବୈଶାଖୀ ଜନିତ ବର୍ଷାର ପ୍ରଭାବ କମିବା ସହ ଗ୍ରୀଷ୍ମ ପ୍ରବାହ ବୃଦ୍ଧି ପାଇବ। ଖରା, ଗରମ ଓ ଗୁଳୁଗୁଳି ଯୋଗୁଁ ଶରୀରରେ ପାନୀୟ ଜଳ କମିଯିବାର ସମ୍ଭାବନା ଥିବାରୁ ଶୋଷ ନ ଲାଗିଲେ ମଧ୍ୟ ପର୍ଯ୍ୟା‌ପ୍ତ ପରିମାଣର ପାଣି ପିଇବାକୁ ପାଣିପାଗ କେନ୍ଦ୍ର ପରାମର୍ଶ ଦେଇଛି। ସେହିପରି ମଦ୍ୟପାନ, ଚା’, କଫି ଓ ଶର୍କରାଯୁକ୍ତ ମୃଦୁ ପାନୀୟରୁ ଦୂରେଇ ରହିବାକୁ କହିଛି। ଅତି ଆବଶ୍ୟକ ନ ହେଲେ ସିଧାସଳଖ ଖରାକୁ ନ ବାହାରିବାକୁ କୁହାଯାଇଛି।

    ୧୫ ତାରିଖ ଦିନ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ସୋନପୁର ଆଦି ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବ। ଫଳରେ ଏହି ସବୁ ଅଞ୍ଚଳର ସର୍ବୋଚ୍ଚ ତାପମାତ୍ରା ୪୫ ଡିଗ୍ରି ଅତିକ୍ରମ କରିପାରେ। ୧୬ ତାରିଖ ଦିନ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଅନୁଗୁଳ, ସୋନପୁର, ଦେବଗଡ଼, ବୌଦ୍ଧ ଓ ବଲାଙ୍ଗୀର ଆଦି ଜିଲ୍ଲାରେ ପ୍ରବଳ ଗ୍ରୀଷ୍ମପ୍ରବାହ ଅନୁଭୂତ ହେବ। ୧୭ ତାରିଖରେ ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବୌଦ୍ଧ ଓ ବଲାଙ୍ଗୀର ଆଦି ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବ। ଏଣୁ ୧୫ରୁ ୧୭ ତାରିଖ ୩ ଦିନ ପାଇଁ ରାଜ୍ୟର ଉପରୋକ୍ତ ଜିଲ୍ଲାଗୁଡ଼ିକରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ତେବେ ଏହି ସମୟରେ ଆଖୁ, ମକା, ଡାଲିଜାତୀୟ ଫସଲ ଓ ଖରାଦିନିଆ ଫସଲ ତଥା ପନିପରିବାରେ ଜଳସେଚନ ଜାରି ରଖିବାକୁ ପରାମର୍ଶ ଦିଆଯାଇଛି।

    ଅପରପକ୍ଷେ, ଶନିବାର ଦିନ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ସୁନ୍ଦରଗଡ଼ଠାରେ ୪୧.୫ ଡିଗ୍ରି ରେକର୍ଡ ହୋଇଛି। ସେହିପରି ଅନୁଗୁଳରେ ୪୦.୧ ଡିଗ୍ରି, ଟିଟିଲାଗଡ଼ ଓ ବରଗଡ଼ରେ ୪୦ ଡିଗ୍ରି ରହିଥିଲା। ଅନ୍ୟପଟେ ଉପକୂଳରେ ତାପମାତ୍ରା କମ୍‌ ରହିଥିଲେ ସୁଦ୍ଧା ପ୍ରବଳ ଗୁଳୁଗୁଳି ରେକର୍ଡ ତା‌ପମାତ୍ରାଠାରୁ ୧୦ ଡିଗ୍ରି ପର୍ଯ୍ୟନ୍ତ ଅଧିକ ଗରମ ଅନୁଭୂତ କରାଉଛି। ଫଳରେ ପ୍ରବଳ ଗୁଳୁଗୁଳି ଯୋଗୁଁ ଉପକୂଳବାସୀ ସନ୍ତୁଳି ହୋଇପଡ଼ିଲେଣି। ଆଜି (ରବିବାର) ମଧ୍ୟ ରାଜଧାନୀ ଭୁବନେଶ୍ବର ସମେତ ସଂଲଗ୍ନ ଅଞ୍ଚଳର ପାଗ ଆଂଶିକ ମେଘୁଆ ରହିବ। ଦିନର ସର୍ବୋଚ୍ଚ ତାପମା‌ତ୍ରା ୩୭ ଡିଗ୍ରି ଓ ସର୍ବନିମ୍ନ ତା‌ପମାତ୍ରା ୨୭ ଡିଗ୍ରି ମଧ୍ୟରେ ରହିବ।

    Share. Facebook Twitter LinkedIn WhatsApp Email
    Previous Articleଆଜିଠୁ ଭୁବନେଶ୍ୱରରେ ଜି-୨୦ର ଦ୍ୱିତୀୟ ବୈଠକ
    Next Article ଛୁଟି ଦିନରେ କାର୍ଯ୍ୟାଳୟରେ ଯୁବ ଅଧିକାରୀଙ୍କ ମଉଜ: ସଚିବଙ୍କ ବିନା ଅନୁମତିରେ ଛୁଟି ଦିନରେ ଲୋକସେବା ଭବନ ମନା
    NewsLaxmi7
    • Website

    Related Posts

    ବାଲିଘାଟ ପାଇଁ ଗୁଳି, ଜେସିବି ପୋଡ଼ି

    May 29, 2023

    ସ୍ବାମୀଙ୍କ ମୃତ୍ୟୁର ଘଣ୍ଟାଏ ମଧ୍ୟରେ ପତ୍ନୀ ମୃତ: ଗୋଟିଏ ଜୁଇରେ ଜଳିଲା ମରଶରୀର

    May 29, 2023

    ନାମଲେଖା ପୂର୍ବରୁ ରାଜ୍ୟ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ୬୭ ଯୁକ୍ତ୨ କଲେଜରେ କଟକଣା

    May 29, 2023

    ସାଧାରଣ ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ: କର୍ମଚାରୀଙ୍କ ତାଲିକା ମାଗିଲା ରାଜସ୍ବ ବିଭାଗ

    May 29, 2023
    • Facebook
    • Twitter
    • Instagram
    • YouTube
    Our Picks

    ମାତିଛନ୍ତି ମାଟି ମାଫିଆ: ତାଡ଼ିଦେଲେ ଗଙ୍ଗୁଆ ନଦୀବନ୍ଧ

    April 3, 2023

    ପଶ୍ଚିମବଙ୍ଗ ରାମ ନବମୀ ରାଲିରେ ପୁଣି ହିଂସାକାଣ୍ଡ: ‘ବିଜେପି’ ବିଧାୟକ ଆହତ

    April 3, 2023

    ଆଜିଠୁ ନୂଆ ଶିକ୍ଷାବର୍ଷ: ୮ ତାରିଖ ଯାଏ ନାମଲେଖା, ୧୧ରୁ ସକାଳୁଆ ସ୍କୁଲ

    April 3, 2023

    ରାଜ୍ୟବ୍ୟାପୀ ‘ଉତ୍କଳ ଦିବସ’ ପାଳିତ: ଓଡ଼ିଆ ପରିଧାନ କଲେ ଓଡ଼ିଶା ହସ୍ତତନ୍ତ

    April 2, 2023
    Don't Miss
    ଅପରାଧ

    ବାଲିଘାଟ ପାଇଁ ଗୁଳି, ଜେସିବି ପୋଡ଼ି

    May 29, 2023

    ନିଶ୍ଚିନ୍ତକୋଇଲି : ବାଲିଘାଟକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦ ଉଗ୍ରରୂପ ନେଇଛି। ଶନିବାର ବିଳମ୍ବିତ ରାତିରେ ଏକ…

    ସ୍ବାମୀଙ୍କ ମୃତ୍ୟୁର ଘଣ୍ଟାଏ ମଧ୍ୟରେ ପତ୍ନୀ ମୃତ: ଗୋଟିଏ ଜୁଇରେ ଜଳିଲା ମରଶରୀର

    May 29, 2023

    ନାମଲେଖା ପୂର୍ବରୁ ରାଜ୍ୟ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ୬୭ ଯୁକ୍ତ୨ କଲେଜରେ କଟକଣା

    May 29, 2023

    ସାଧାରଣ ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ: କର୍ମଚାରୀଙ୍କ ତାଲିକା ମାଗିଲା ରାଜସ୍ବ ବିଭାଗ

    May 29, 2023

    Subscribe to Updates

    Get the latest creative news from SmartMag about art & design.

    About Us
    About Us

    Welcome to Newslaxmi7, where we are dedicated to providing timely, accurate, and unbiased news coverage to our readers. As a leading news organization, we are committed to journalistic integrity and believe that providing our audience with reliable information is essential to a functioning democracy.

    Our Picks

    ଖ୍ୟାତନାମା ସଂଗୀତ ନିର୍ଦ୍ଦେଶକ ରାମ ଲକ୍ଷ୍ମଣଙ୍କ ହୃଦଘାତରେ ପରଲୋକ

    May 22, 2021

    କଣ୍ଟାବାଞ୍ଜି ଏନଏସି ପକ୍ଷରୁ ବିଭିନ୍ନ ଦୋକାନରେ ଚଢଉ : ପଲିଥିନ୍ ଜବତ, ଆଦାୟ ହେଲା ଫାଇନ୍

    August 26, 2022

    ‘ରାହୁଲ ଦ୍ରାବିଡଙ୍କୁ ତୁରନ୍ତ ଅଷ୍ଟ୍ରେଲିଆ ପଠାଯାଉ, ଖେଳାଳିଙ୍କୁ ମିଳିବ ସାହାଯ୍ୟ’ : ବିସିସିଆଇକୁ ଭେଙ୍ଗସରକାରଙ୍କ ପରାମର୍ଶ

    December 21, 2020
    Quick Links
    • Home
    • About us
    • Contact Us
    © 2022 - Newslaxmi7. All Rights Reserved.
    • Home
    • About us
    • Contact Us

    Type above and press Enter to search. Press Esc to cancel.