ରାଜ୍ୟ ସ୍ପେଶାଲ ରିପୋର୍ଟ ସ୍ୱାସ୍ଥ୍ୟ

ରାଜ୍ୟର ଆଉ ୨ ଜିଲ୍ଲା କୋଭିଡ ମୁକ୍ତ

ଭୁବନେଶ୍ବର : ରାଜ୍ୟର ଗୋଟିଏ ପରେ ଗୋଟିଏ ଜିଲ୍ଲା କୋଭିଡ ମୁକ୍ତ ହେବାରେ ଲାଗିଛି। ଏବେ ପୁରୀ ଓ କଳାହାଣ୍ଡିରେ ଏବେ ଚିକିତ୍ସାଧୀନ ରୋଗୀଙ୍କ ସଂଖ୍ୟା ଶୂନ ରହିଛି। ଏହାସହ ଆଉ ୧୩ ଜିଲ୍ଲାରେ ଚିକିତ୍ସାଧୀନ ରୋଗୀଙ୍କ ସଂଖ୍ୟା ୧୦ ତଳେ ରହିଛି। ତେଣୁ ଖୁବଶୀଘ୍ର ଅନ୍ୟ ଜିଲ୍ଲାଗୁଡ଼ିକ କୋଭିଡ ମୁକ୍ତ ହେବ ବୋଲି ଆଶା କରାଯାଉଛି।

କରୋନାର ତୃତୀୟ ଲହରରେ ଏବେ ଦୈନିକ ଚିକିତ୍ସାଧୀନ ରୋଗୀଙ୍କ ସଂଖ୍ୟା ଶହେ ତଳେ ରହିଛି। ଗତ ୨୪ଘଣ୍ଟାରେ ରାଜ୍ୟରେ ୬୦ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ୧୪ ଜିଲ୍ଲା‌ରୁ କୌଣସି ଆକ୍ରାନ୍ତ ଚିହ୍ନଟ ହୋଇ ନ ଥିବା ବେଳେ ଅନ୍ୟ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ତଳେ ରହିଛି। ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୨ଲକ୍ଷ ୮୭ହଜାର ୨୮୫କୁ ବୃଦ୍ଧି ପାଇଛି। ରାଜ୍ୟରେ କୋଭିଡ ମୃତ୍ୟୁ ସଂଖ୍ୟା ସ୍ଥିର ୯୧୧୬ରେ ସ୍ଥିର ରହିଛି। ଆଜି ରାଜ୍ୟରେ ୯୭ କୋଭିଡ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଯାହାଫଳରେ ରାଜ୍ୟର ସମୁଦାୟ ଚିକିତ୍ସାଧୀନ ରୋଗୀଙ୍କ ସଂଖ୍ୟା ୪୩୯କୁ ଖସି ଆସିଛି। ଅପରପକ୍ଷରେ ୧୨ଲକ୍ଷ ୭୭ହଜାର ୬୭୭କୁ ବୃଦ୍ଧି ପାଇଛି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ