ପର୍ଯ୍ୟଟନ ରାଜ୍ୟ

ରାଜ୍ୟର ଖଲ୍ଲିକୋଟରେ ସର୍ବାଧିକ ୧୫୮ ମିମି ବର୍ଷା ରେକର୍ଡ

ଭୁବନେଶ୍ବର: ଜୱାଦ ପ୍ରଭାବରେ ଉପକୂଳ ଓଡ଼ିଶାରେ ବର୍ଷା ଲାଗି ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ନିର୍ଦ୍ଦେଶକ ସୂଚନା ଦେଇଛନ୍ତି। ରାଜ୍ୟର ଖଲ୍ଲିକୋଟରେ ସର୍ବାଧିକ ୧୫୮ ମିମି ବର୍ଷା ରେକର୍ଡ କରାଯାଇଛି। ଏହାଛଡ଼ା ନୟାଗଡ଼ରେ ୧୦୭.୫, ଛତ୍ରପୁରରେ ୮୬.୬ ଓ ଭୁବନେଶ୍ୱରରେ ୪୨.୩ ମିମି, ଖୋର୍ଦ୍ଧାର ବାଣପୁରରେ ୮୧, ଗଞ୍ଜାମର ପୋଲସରାରେ ୭୧.୮, ଜଗତସିଂହପୁରରେ ୬୮ ଓ କେନ୍ଦ୍ରାପଡ଼ା ଜିଲ୍ଲାର ରାଜନଗରରେ ୬୫ ମିମି ବର୍ଷା ହୋଇଥିବା ଜଣାଯାଇଛି।

ବର୍ତ୍ତମାନ ଗଭୀର ଅବପାତ ରହିଛି, ଦୁର୍ବଳ ହୋଇ ଅବପାତ ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଜୱାଦ ପ୍ରଭାବରେ ଭୁବନେଶ୍ୱର ଓ କଟକରେ ଏବେ ବି ବର୍ଷା ଜାରି ରହିଛି। ଗତକାଲି ପାଣିପାଗ ବିଭାଗ ପକ୍ଷରୁ ଟ୍ୱିନସିଟି ଲାଗି ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିଲା। ପ୍ରବଳ ବର୍ଷା ହେବା ଫଳରେ ଯାତାୟତ ବାଧାପ୍ରାପ୍ତ ହୋଇଛି। ରାସ୍ତାଘାଟ ଜନଶୂନ୍ୟ ହୋଇପଡ଼ିଛି। ଏପରିକି ଭୁବନେଶ୍ୱର ଓ କଟକରେ ଖୁବ୍ କମସଂଖ୍ୟକ ବସ ଚଳାଚଳ କରୁଥିବାର ପରିଲକ୍ଷିତ ହେଉଛି। କଟକର ବାଦାମବାଡ଼ି ଅଞ୍ଚଳରେ ବର୍ଷାପାଣି ରାସ୍ତା ଉପରେ ପ୍ରବାହିତ ହେଉଛି।

ଟ୍ୱିନସିଟିର କିଛି ଅଞ୍ଚଳରେ ପ୍ରବଳ ବର୍ଷା ହେଉଥିବା ହେତୁ ପୂର୍ବାନୁମାନ ହୋଇଛି। ଭୁବନେଶ୍ୱର ଓ କଟକରେ ୭ରୁ ୧୧ ସେଣ୍ଟିମିଟର ଯାଏଁ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ତଳିଆ ଅଞ୍ଚଳରେ ପାଣି ଜମିବା ଆଶଙ୍କା ରହିଛି। ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସତର୍କ ସୂଚନା ଦିଆଯାଇଛି ।

ଏହାର ପ୍ରଭାବରେ ଭୁବନେଶ୍ୱର ଓ କଟକରେ ଆଜି ସକାଳୁ ପ୍ରବଳ ବର୍ଷା ଆରମ୍ଭ ହୋଇଯାଇଛି। ଗତକାଲି ପାଣିପାଗ ବିଭାଗ ପକ୍ଷରୁ ଟ୍ୱିନସିଟି ଲାଗି ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିଲା। ପ୍ରବଳ ବର୍ଷା ହେବା ଫଳରେ ଯାତାୟତ ବାଧାପ୍ରାପ୍ତ ହୋଇଛି। ରାସ୍ତାଘାଟ ଜନଶୂନ୍ୟ ହୋଇପଡ଼ିଛି। ଏପରିକି ଭୁବନେଶ୍ୱର ଓ କଟକରେ ଖୁବ୍ କମସଂଖ୍ୟକ ବସ ଚଳାଚଳ କରୁଥିବାର ପରିଲକ୍ଷିତ ହେଉଛି। କଟକର ବାଦାମବାଡ଼ି ଅଞ୍ଚଳରେ ବର୍ଷାପାଣି ରାସ୍ତା ଉପରେ ପ୍ରବାହିତ ହେଉଛି।

ଟ୍ୱିନସିଟିର କିଛି ଅଞ୍ଚଳରେ ପ୍ରବଳ ବର୍ଷା ହେଉଥିବା ହେତୁ ପୂର୍ବାନୁମାନ ହୋଇଛି। ଭୁବନେଶ୍ୱର ଓ କଟକରେ ୭ରୁ ୧୧ ସେଣ୍ଟିମିଟର ଯାଏଁ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ତଳିଆ ଅଞ୍ଚଳରେ ପାଣି ଜମିବା ଆଶଙ୍କା ରହିଛି। ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସତର୍କ ସୂଚନା ଦିଆଯାଇଛି ।

NewsLaxmi7

About Author

You may also like

ପର୍ଯ୍ୟଟନ

ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଭିତରକନିକା ଜାତୀୟ ଉଦ୍ୟାନ

ଦୀର୍ଘଦିନ ପରେ କରୋନା କଟକଣା ମଧ୍ୟରେ ଆଜିଠୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ବିଶ୍ୱ ପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନ। କୋଭିଡ କଟକଣା ମାନି ଜାତୀୟ ଉଦ୍ୟାନରେ ବୁଲି
ପର୍ଯ୍ୟଟନ

ପରିବେଶ ପର୍ଯ୍ୟଟନରୁ ବଢିଛି ଆୟ, ଏହାର ଅଭିବୃଦ୍ଧି ପାଇଁ ଚଳିତବର୍ଷ ବଜେଟରେ 19 କୋଟି ଟଙ୍କା ବ୍ୟବସ୍ଥା

ପରିବେଶ ପର୍ଯ୍ୟଟନରୁ ବଢିଛି ଆୟ। 2019-20 ଆର୍ଥିକ ବର୍ଷରେ 46 ହଜାରରୁ ଅଧିକ ପର୍ଯ୍ୟଟକ ପରିବେଶ ପର୍ଯ୍ୟଟନର ସୁଯୋଗ ନେଇଥିଲେ। ଏଥିରୁ 6 କୋଟି 85 ଲକ୍ଷ