ରାଜନୀତି ରାଜ୍ୟ

ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସରେ ମୁଖ୍ୟ ଅତିଥି ହେବେ ରାଜ୍ୟପାଳ, ଉପସ୍ଥିତ ରହିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ୭୪ତମ ସାଧାରଣତନ୍ତ୍ର ଦିବସରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପତାକା ଉତ୍ତୋଳନ କରିବେ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ରାଷ୍ଟ୍ରୀୟ ସମାରୋହରେ ଉପସ୍ଥିତ ରହିବେ। ସୋମବାର ପୂର୍ବାହ୍ନରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସାଧାରଣତନ୍ତ୍ର ଦିବସ-୨୦୨୩ ପାଳନର ରୂପରଖେ ସଂପର୍କରେ ଏକ ପ୍ରସ୍ତୁତି ବୈଠକ ବିଭାଗୀୟ ପ୍ରମୁଖ ଶାସନ ସଚିବ ସଂଜୟ କୁମାର ସିଂଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ପ୍ରତିଟି ଭାରତୀୟଙ୍କ ପାଇଁ ବେଶ୍ ଗୁରୁତ୍ଵପୂର୍ଣ୍ଣ ଏହି ମହାନ ଦିବସ ସହ ସମସ୍ତଙ୍କ ଭାବାବେଗ ଜଡ଼ିତ ହୋଇଥିବାରୁ ଉତ୍ସବ ଆୟୋଜନ ସମୟରେ ସମସ୍ତ ବିଷୟକୁ ଟିକିନିଖି ଭାବେ ଗୁରୁତ୍ବ ଦେବାକୁ ପ୍ରମୁଖ ଶାସନ ସଚିବ ବୈଠକରେ ଗୁରୁତ୍ଵ ଦେଇଥିଲେ ।

ସୂଚନା ଓ ଲୋକସଂପର୍କ ବିଭାଗ ଦ୍ଵାରା ପ୍ୟାରେଡ୍ ଓ ପତାକା ଉତ୍ତୋଳନ ସ୍ଥାନଠାରେ ଆନୁଷଙ୍ଗିକ ବ୍ୟବସ୍ଥା ଗ୍ରହଣ, ପ୍ରଭାତରେ ଡାକବାଜି ଯନ୍ତ୍ର ସାହାଯ୍ୟରେ ରାମଧୁନ ପରିବେଷଣ, ସାଧାରଣତନ୍ତ୍ର ଦିବସ ସଂପର୍କିତ ଟିଭି ଓ ସାମାଜିକ ଗଣମାଧ୍ୟମ ଯୋଗେ ସିଧାପ୍ରସାରଣ, ଗଣମାଧ୍ୟମକୁ ସୂଚନା ପ୍ରଦାନ, ଉତ୍ସବସ୍ଥଳର ସାଜସଜ୍ଜା, ନିମନ୍ତ୍ରିତ ଅତିଥ୍ୟ ଏବଂ ବିଶିଷ୍ଟ ଅତିଥିମାନଙ୍କ ଉପବେଶନ ବ୍ୟବସ୍ଥାରେ ବୈଠକରେ ବିସ୍ତୁତ ଆଲୋଚନା ହୋଇଥିଲା ।

ରାଜଭବନରୁ ଉତ୍ସବସ୍ଥଳ ପର୍ଯ୍ୟନ୍ତ ରାସ୍ତାକୁ ତ୍ରିରଙ୍ଗା ଦ୍ବାରା ସାଜସଜ୍ଜା ଏବଂ ଉତ୍ସବସ୍ଥଳକୁ ଆକର୍ଷଣୀୟ ସାଜସଜ୍ଜା କରିବା ପାଇଁ ପ୍ରମୁଖ ଶାସନ ସଚିବ ଶ୍ରୀ ସିଂ ପରାମର୍ଶ ଦେଇଥିଲେ ।

ଚଳିତ ସାଧାରଣତନ୍ତ୍ର ଦିବସ ଅବସରରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ କୋଠା, ସରକାରୀ ଉଦ୍ୟୋଗ ଓ ପ୍ରମୁଖ କୋଠାର ଆଲୋକୀକରଣ କରାଯିବ । ଭୁବନେଶ୍ଵର ମହାନଗର ନିଗମ ପକ୍ଷରୁ ଉତ୍ସବ ସ୍ଥଳର ସାନିଟାଇଜେସନ୍ ଓ ପିଇବା ପାଣି ବ୍ୟବସ୍ଥା କରାଯିବ। ସେହିପରି ସୁରକ୍ଷା ବ୍ୟବସ୍ଥା ତଥା ଟ୍ରାଫିକ ନିୟନ୍ତ୍ରଣକୁ କମିସନରେଟ ପୁଲିସ ପକ୍ଷରୁ ପରିଚାଳନା କରାଯିବ। ପୂର୍ବବର୍ଷ ପରି ନୂଆଦିଲ୍ଲୀ, ‌କୋଲକାତା, ଚେନ୍ନାଇ, ମୁମ୍ବାଇଠାରେ ବିଭାଗ ପକ୍ଷରୁ ଉତ୍ସବ ପାଳନ କରାଯିବ। ସେହିପରି ଆରଡିସି ଜୋନ୍‌, ଜିଲ୍ଲା ଏବଂ ଉପଖଣ୍ଡ ସ୍ତରରେ ସ୍ବାଧୀନତା ଦିବସ ପାଳନ କରାଯିବ। ଏହି ବୈଠକରେ ବିଭାଗୀୟ ନିର୍ଦ୍ଦେଶକ ଇନ୍ଦ୍ରମଣୀ ତ୍ରିପାଠୀ, ନିର୍ଦ୍ଦେଶକ (ବୈଷୟିକ) ସୁରେନ୍ଦ୍ର ନାଥ ପରିଡ଼ା, ଯୁଗ୍ମ ଶାସନ ସଚିବ ବିଷ୍ଣୁପ୍ରିୟା ସାହୁ, ଅତିରିକ୍ତ ନିର୍ଦ୍ଦେଶକ ସନ୍ତୋଷ କୁମାର ଦାସ, ଯୁଗ୍ମ ନିର୍ଦ୍ଦେଶକ ଗୁର୍‌ବୀର୍ ସିଂହ ଓ ବିଶ୍ଵଜିତ ଦାଶ, ସହକାରୀ ନିର୍ଦ୍ଦେଶକ (କ୍ଷେତ୍ର) ସୁଚେତା ପ୍ରିୟଦର୍ଶିନୀ ସମେତ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ ।

କୋଲକାତା, ଚେନ୍ନାଇ, ମୁମ୍ବାଇଠାରେ ବିଭାଗ ପକ୍ଷରୁ ଉତ୍ସବ ପାଳନ ଉପଖଣ୍ଡ ସ୍ତରରେ ସ୍ଵାଧୀନତା ଦିବସ ପାଳନ କରାଯିବ । ଇନ୍ଦ୍ରମଣି ତ୍ରିପାଠୀ, ନିର୍ଦ୍ଦେଶକ(ବୈଷୟିକ) ଶ୍ରୀ ସୁରେନ୍ଦ୍ର ନାଥ ପରିଡ଼ା, ଅତିରିକ୍ତ ନିର୍ଦ୍ଦେଶକ ଶ୍ରୀ ସନ୍ତୋଷ କୁମାର ଦାସ, ଯୁଗ୍ମ ନିର୍ଦ୍ଦେଶକ ଶ୍ରୀ ନିର୍ଦ୍ଦେଶକ(କ୍ଷେତ୍ର) ଶ୍ରୀମତୀ ସୁଚେତା ପ୍ରିୟଦର୍ଶିନୀଙ୍କ ସମେତ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

ରାଜନୀତି ଲାଇଫ୍ ଷ୍ଟାଇଲ

ଭାରତରେ ୧୩.୮ କୋଟି ଲୋକଙ୍କର ସମୀପ ଦୃଷ୍ଟି ସମସ୍ୟା

ନୂଆଦିଲ୍ଲୀ: ଭାରତରେ ସାଧାରଣତଃ ଲୋକଙ୍କର ହାରାହାରି ଆୟୁ ବଢ଼ିବା ସହ ମଧୁମେହ ପୀଡ଼ିତଙ୍କ ସଂଖ୍ୟାରେ ଅସମ୍ଭବ ବୃଦ୍ଧି ଯୋଗୁଁ ତଦନୁସାରେ ଦୃଷ୍ଟିଶକ୍ତି ସମସ୍ୟା ମଧ୍ୟ ବଢ଼ିଚାଲିଛି। ଦୀର୍ଘ
କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର