ଅପରାଧ ରାଜ୍ୟ

ରାସ୍ତା ପାର୍‌ ହେଉଥିଲା ମହିଳା , ଦ୍ରୁତଗାମୀ ବସ୍‌ ଧକ୍କାରେ ଚାଲିଗଲା ଜୀବନ

ଢେଙ୍କାନାଳ ୦୧।୧୨ : ବେପାରୁଆ ବସ୍‌ ଚାଳନା ନେଲା ମହିଳାଙ୍କ ଜୀବନ । ଢେଙ୍କାନାଳ କୁରୁଣ୍ଟି ଛକରେ ଜଣେ ମହିଳାଙ୍କ ଉପରେ ଚଢିଗଲା ଯାତ୍ରୀବାହୀ ବସ୍‌ । ଯାହାଫଳରେ ମହିଳାଙ୍କ ମୃତ୍ୟୁ ହୋଇଛି । କ୍ଷତିପୂରଣ ଦାବିରେ ରାଜପଥ ଅବରୋଧ କରି ବସିଛନ୍ତି ସ୍ଥାନୀୟଲୋକେ ।

ଖବର ଅନୁଯାୟୀ, ସ୍ଥାନୀୟ କୁରୁଣ୍ଟି ଗାଁରେ ତ୍ରିପୁର ସାହୁଙ୍କ ପତ୍ନୀ ଗାୟତ୍ରୀ ସାହୁ ରାସ୍ତା ପାର୍‌ ହେଉଥିଲେ । ଏହି ସମୟରେ ଦ୍ରୁତ ଗତିରେ ଆସୁଥିବା ନୀଳକଣ୍ଠ ନାମକ ବସ୍‌ ତାଙ୍କୁ ଧକ୍କା ଦେଇଥିଲା । ଫଳରେ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଛି ।

ତେବେ ବସ୍‌ଟି ଦ୍ରୁତ ଗତିରେ ଗାଡି ଚାଳନା ଯୋଗୁଁ ଏପରି ଦୁର୍ଘଟଣା ଘଟିଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି । ଯାହାଫଳରେ କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ କରିଛନ୍ତି ସ୍ଥାନୀୟଲୋକେ । ଘଟଣାସ୍ଥଳରେ ମୋଟଙ୍ଗା ପୋଲିସ ଏବଂ ଓଡପଡ଼ା ତହସିଲଦାର ପହଞ୍ଚି ଲୋକଙ୍କୁ ବୁଝାସୁଝା କରୁଛନ୍ତି । ସେପଟେ ଦୁର୍ଘଟଣା ଘଟାଇଥିବା ବସ୍‌କୁ ଜବତ କରିଛି ପୋଲିସ ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।