ଖେଳ ଦେଶ ବିଦେଶ ସ୍ପେଶାଲ ରିପୋର୍ଟ

ରୋହିତ ଶର୍ମା ହେଲେ ଟେଷ୍ଟ ଅଧିନାୟକ, ଶ୍ରୀଲଙ୍କା ବିପକ୍ଷ ସିରିଜ୍ ପାଇଁ ଭାରତୀୟ ଦଳ ଘୋଷଣା, ରାହାଣେ-ପୂଜାରାଙ୍କ ଛୁଟି

ନୂଆଦିଲ୍ଲୀ ୧୯।୦୨: ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) ଶନିବାର ଶ୍ରୀଲଙ୍କା ବିପକ୍ଷ ଆଗାମୀ ଟି-୨୦ ଏବଂ ଟେଷ୍ଟ ସିରିଜ୍ ପାଇଁ ଦଳ ଘୋଷଣା କରିଛି। ରୋହିତ ଶର୍ମାଙ୍କୁ ଟେଷ୍ଟ ଦଳର ଅଧିନାୟକ କରାଯାଇଛି। ଅନ୍ୟପଟେ ବିରାଟ କୋହଲି ଏବଂ ଋଷଭ ପନ୍ତଙ୍କୁ ଟି-୨୦ ସିରିଜ୍‌ରୁ ବିଶ୍ରାମ ଦିଆଯାଇଛି। ଓପନିଂ ବ୍ୟାଟସମ୍ୟାନ କେଏଲ ରାହୁଲ ଓ୍ଵେଷ୍ଟଇଣ୍ଡିଜ ସିରିଜ୍‌ରେ ଆହତ ହୋଇଥିବା କାରଣରୁ ତାଙ୍କୁ ଦଳରେ ସାମିଲ୍ କରାଯାଇନାହିଁ। ଉଭୟ ଟି-୨୦ ଏବଂ ଟେଷ୍ଟ ସିରିଜ୍ ପାଇଁ ଯଶପ୍ରୀତ ବୁମରାଙ୍କୁ ଉପ ଅଧିନାୟକ କରାଯାଇଛି।

ଶ୍ରୀଲଙ୍କାର ଭାରତ ଗସ୍ତ ଫେବୃଆରୀ ୨୪ରେ ଆରମ୍ଭ ହେଉଛି। ଦୁଇ ଦଳ ମଧ୍ୟରେ ପ୍ରଥମେ ଟି-୨୦ ସିରିଜ୍ ଖେଳାଯିବ। ସିରିଜର ପ୍ରଥମ ମୁକାବିଲା ଲକ୍ଷ୍ନୌରେ ଖେଳାଯିବ। ବାକି ଦୁଇଟି ମ୍ୟାଚ୍ ଧର୍ମଶାଳାରେ ଖେଳାଯିବ। ଏହା ପରେ ଟେଷ୍ଟ ସିରିଜ୍ ଖେଳାଯିବ। ପ୍ରଥମ ଟେଷ୍ଟ ମାର୍ଚ୍ଚ ୪ରେ ମୋହାଲିରେ ଏବଂ ମାର୍ଚ୍ଚ ୧୨ରେ ଦ୍ଵିତୀୟ ଟେଷ୍ଟ ବେଙ୍ଗାଲୁରୁରେ ଖେଳାଯିବ। ଦ୍ଵିତୀୟ ଟେଷ୍ଟ ଦିବାରାତ୍ର ଖେଳାଯିବ। ଟେଷ୍ଟ ଦଳରୁ ବରିଷ୍ଠ ଖେଳାଳି ଚେତେଶ୍ଵର ପୂଜାରା ଏବଂ ଆଜିଙ୍କ୍ୟ ରାହାଣେଙ୍କୁ ବାଦ୍ ଦିଆଯାଇଛି। ଉଭୟଙ୍କୁ ଘରୋଇ କ୍ରିକେଟ୍ ଖେଳିବାକୁ କୁହାଯାଇଛି।

ଟେଷ୍ଟ ସିରିଜ୍ ପାଇଁ ଭାରତୀୟ ଦଳ

ରୋହିତ ଶର୍ମା(ଅଧିନାୟକ), ମୟଙ୍କ ଅଗ୍ରଓ୍ଵାଲ, ପ୍ରିୟଙ୍କ ପାଞ୍ଚାଲ, ବିରାଟ କୋହଲି, ଶ୍ରେୟସ ଆୟର, ହନୁମା ବିହାରୀ, ଶୁଭମାନ ଗିଲ୍, ଋଷଭ ପନ୍ତ, କେଏସ ଭରତ, ରବିଚନ୍ଦ୍ରନ ଅଶ୍ଵିନ(ଫିଟନେସ୍ ଉପରେ ନିର୍ଭର), ରବୀନ୍ଦ୍ର ଜାଡେଜା, କୁଲଦୀପ ଯାଦବ, ଯଶପ୍ରୀତ ବୁମରା(ଉପ ଅଧିନାୟକ), ମହମ୍ମଦ ଶାମି, ମହମ୍ମଦ ସିରାଜ, ଉମେଶ ଯାଦବ, ସୌରଭ କୁମାର।

ଟି-୨୦ ସିରିଜ୍ ପାଇଁ ଭାରତୀୟ ଦଳ

ରୋହିତ ଶର୍ମା(ଅଧିନାୟକ), ଋତୁରାଜ ଗାଏକଓ୍ଵାଡ, ଇଶାନ କିଶନ, ସୂର୍ଯ୍ୟକୁମାର ଯାଦବ, ଶ୍ରେୟସ ଆୟର, ଭେଙ୍କଟେଶ ଆୟର, ଦୀପକ ହୁଡ୍ଡା, ଯଶପ୍ରୀତ ବୁମରା(ଉପ ଅଧିନାୟକ), ମହମ୍ମଦ ସିରାଜ, ହର୍ଷଲ ପଟେଲ୍, ସଞ୍ଜୁ ସାମସନ, ରବୀନ୍ଦ୍ର ଜାଡେଜା, ୟୁଜବେନ୍ଦ୍ର ଚହଲ, ରବି ବିଷ୍ଣୋଇ, କୁଲଦୀପ ଯାଦବ, ଅଭେଶ ଖାନ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ