ରାଜ୍ୟ ସ୍ପେଶାଲ ରିପୋର୍ଟ

ଲଘୁଚାପ:୫ ଦିନ ପ୍ରବଳ ବର୍ଷା

ଭୁବନେଶ୍ବର: ଉତ୍ତର ଓଡ଼ିଶା ଓ ସଂଲଗ୍ନ ପଶ୍ଚିମବଙ୍ଗ ଉପକୂଳରେ ଗତକାଲି ରହିଥିବା ଲଘୁଚାପ କ୍ଷେତ୍ର ଏବେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର, ସଂଲଗ୍ନ ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳରେ ରହିଛି। ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ଆସନ୍ତା ୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ବର୍ଷିବାର ସମ୍ଭାବନା ଥିବାରୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ବିଭିନ୍ନ ଜିଲ୍ଲାରେ ଅରେଞ୍ଜ
ୱାର୍ଣ୍ଣିଂ ଜାରି ହୋଇଛି। ୩ରୁ ରାଜ୍ୟରେ ବର୍ଷାର ପରିମାଣ କମିବ। କିନ୍ତୁ କେତେକ ଜିଲ୍ଲାରେ ୪ ତାରିଖ ଯାଏ ପ୍ରବଳ ବର୍ଷା ଜାରି ରହିବ।

ପାଣିପାଗ କେନ୍ଦ୍ରର ସୂଚନା ମୁତାବକ, ଆସନ୍ତାକାଲି ପୁରୀ, ଜଗତସିଂହପୁର, ଢେଙ୍କାନାଳ, ଅନୁଗୁଳ ଓ ସମ୍ବଲପୁର ଆଦି ଅଞ୍ଚଳରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଣୁ ଏହି ସବୁ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏଥିସହ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବୌଦ୍ଧ, ସୁବର୍ଣ୍ଣପୁର, ବଲାଙ୍ଗୀର, କଳାହାଣ୍ଡି ଓ କନ୍ଧମାଳ ଆଦି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ସତର୍କ ରହିବାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିଭଳି ୧ ତାରିଖ ଦିନ ପୁରୀ, ଜଗତସିଂହପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ସୁବର୍ଣ୍ଣପୁର, ବଲାଙ୍ଗୀର, ବରଗଡ଼ ଓ ସମ୍ବଲପୁର ଜିଲ୍ଲାରେ ଅତିପ୍ରବଳ ବର୍ଷିବାର ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ପୁଣି ଢେଙ୍କାନାଳ, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, କଟକ, ଖୋର୍ଧା, ଅନୁଗୁଳ, ଦେବଗଡ଼, ସୁନ୍ଦରଗଡ଼, ଗଞ୍ଜାମ, ନୟାଗଡ଼ ଓ ନବରଙ୍ଗପୁର ଜିଲ୍ଲ‌ାରେ ପ୍ରବଳ ବର୍ଷା ଯୋଗୁଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ୨ ତାରିଖ ଦିନ ବି ରାଜ୍ୟର ବିଭିନ୍ନ ସ୍ଥାନରେ ଅତିପ୍ରବଳ ବର୍ଷା ହୋଇପାରେ। ୩ରୁ ବର୍ଷାର ପରିମାଣ କମିବ। କିନ୍ତୁ ୩ ଓ ୪ ତାରିଖରେ ବର୍ଷା ଜାରି ରହିବ।

ବର୍ଷା ଯୋଗୁଁ ଟ୍ରାଫିକ୍‌ ଝାମ୍‌, ଜଳବନ୍ଦୀ ସ୍ଥିତି, ଭୂସ୍ଖଳନ, ମାଟି ଘର ଓ ରାସ୍ତା ଧସିଯିବା ଭଳି ସମସ୍ୟା ଉପୁଜି ପାରେ। ଏଣୁ ସତର୍କ ରହିବାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କତା ଜାରି ହୋଇଛି। ଆସନ୍ତାକାଲି ରାଜଧାନୀ ଭୁବନେଶ୍ବର ଓ ଆଖପାଖ ଅଞ୍ଚଳର ପାଗ ମେଘୁଆ ରହିବ। ବର୍ଷା ମଧ୍ୟ ହେବ। ଦିନର ସର୍ବୋଚ୍ଚ ତାପମାତ୍ରା ୩୪ ଡିଗ୍ରି ଓ ସର୍ବନିମ୍ନ ତାପମାତ୍ରା ୨୬ ଡିଗ୍ରି ମଧ୍ୟରେ ରହିବ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।