ଅପରାଧ ରାଜ୍ୟ

ଲାଲ୍ ବାହିନୀ କ୍ୟାମ୍ପରେ ଚଢଉ, ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ

କନ୍ଧମାଳ,୧୨/୦୬: ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ । ଏସଓଜି ଓ ଡ଼ିଭିଏଫ ଯବାନମାନେ ଗୋଛାପଡା ଥାନା ଅନ୍ତର୍ଗତ ଶାସିକେତା ଜଙ୍ଗଲରେ ମାଓ କ୍ୟାମ୍ପ ଉପରେ ଚଢ଼ାଉ କରିଛନ୍ତି । ସେଠାରୁ ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ କରାଯାଇଥିବା ନେଇ ରବିବାର କନ୍ଧମାଳ ଏସପି ଭିନୀତ ଅଗ୍ରଵାଲା ସୂଚନା ଦେଇଛନ୍ତି l

ଜବତ ସାମଗ୍ରୀ ମଧ୍ୟରେ ମେଡିସିନ, ବିଦ୍ୟୁତ ତାର, ମାଓ ପୋଷାକ, ଜିଲୋଟିନ, ଛୁରୀ, ଇନଶlସ ମେଗାଜିନ, ଚଷମା, ଆଦି ଜିନିଷ ପତ୍ର ରହିଛି । ତେବେ ଏହି କ୍ୟାମ୍ପ୍ କେ.କେବିଏନ ଡିଭିଜନର ମାଓବାଦୀମାନଙ୍କର ବୋଲି ସୂଚନା ମିଳିଛି ।

ତେବେ ଗତ ମେ ମାସ ୨୨ରେ ଛତିଶଗଡ଼ ବିଜାପୁର ଜିଲା ଅନ୍ତର୍ଗତ ଵାସା ଗୁଡାଥାନା ଅନ୍ତର୍ଗତ ଡ଼ାଲା ଗ୍ରାମରଅଶୋକ ପୁନେ ନାମକ ଜଣେ ହାର୍ଡ କୋର ମାଓବାଦୀ ଓ ଏରିଆ କମିଟି ସଦସ୍ୟ ଏସପି ଭିନୀତ ଅଗ୍ରୱାଲଙ୍କ ନିକଟରେ ଆତ୍ମସମର୍ପଣ କରିଥିଲା l ସରକାରଙ୍କ ବିଭିନ୍ନ ଉନ୍ନୟନ ମୂଳକକାର୍ଯ୍ୟରେ ପ୍ରଭାବିତ ହୋଇ ଅଶୋକ ହିଂସା ପରିତ୍ୟାଗ କରି ଆତ୍ମସମର୍ପଣ କରି ସମାଜର ମୁଖ୍ୟ ସ୍ରୋତରେ ସାମିଲ ହୋଇଥିବା ଆତ୍ନସମର୍ପଣ କରିଥିବା ସଦସ୍ୟ କହିଥିଲେ ।

ସୂଚନାଯାଗ୍ୟ, ସରକାରଙ୍କ ଲୋଭନୀୟ ପ୍ୟାକେଜ ପ୍ରତି ଆକର୍ଷିତ ହେଇ ଦିନକୁ ଦିନ ମାଓବାଦୀମାନେ ସରକାରଙ୍କ ନିକଟରେ ଆତ୍ମସମର୍ପଣ କରୁଥିବା ଦେଖାଯାଉଛି l କନ୍ଧମାଳ ଜିଲ୍ଲାରେ ମଧ୍ୟ ଏସପିଙ୍କ ରଣ କୌଶଳ, ଲଗାତାର କମ୍ବିଂ ଅପରେସନ ଯୋଗୁଁ ମାଓ ସଂଗଠନ ଦୁର୍ବଳ ହେବାରେ ଲାଗିଛି l

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।