ରାଜ୍ୟ ସ୍ପେଶାଲ ରିପୋର୍ଟ

ଲୋକଙ୍କ ଆଖିରେ ଲେଖାଶ୍ରୀ ଜୋକର୍: ବିଜେଡି

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

ଭୁବନେଶ୍ବର: ବିଜେପି ନେତ୍ରୀ ଲେଖାଶ୍ରୀ ସାମ୍ବାଦିକ ସମ୍ମିଳନୀ କରି ବିଜେଡି ଉପରେ ବର୍ଷିବା ପରେ ବିଜେଡି ପ୍ରବକ୍ତା ଇପ୍ସିତା ସାହୁ ସାମ୍ବାଦିକ ସମ୍ମିଳନୀ କରି ଲେଖାଶ୍ରୀଙ୍କୁ ସମାଲୋଚନା କରିଛନ୍ତି। ସେ କହିଛନ୍ତି ଯେ ଲେଖାଶ୍ରୀ ଜଣେ ଆତ୍ମଘୋଷିତ ତଦନ୍ତକାରୀ ଅଧିକାରୀ ଏବଂ ଫରେନସିକ୍ ବିଶେଷଜ୍ଞ। ତାଙ୍କୁ ତାଙ୍କ ଦଳର କିଛି ‌େଲାକ ମାମଲାର ତଦନ୍ତ ଉପରେ ଆଲୋଚନା କରିବାକୁ ନିୟୋଜିତ କରନ୍ତି। ସେ ଘଟଣା ସଂକ୍ରାନ୍ତରେ କିଛି ନବୁଝି ନସୁଝି ମତ ରଖନ୍ତି। ତେଣୁ ସେ ଲୋକଙ୍କ ଆଖିରେ ସବୁବେଳେ ଜୋକର ହୋଇଥାନ୍ତି।

ଜଣେ ମହିଳା ଭାବେ ତାଙ୍କୁ କ’ଣ ବିରୋଧୀ ଦଳ ନେତା ଜୟ ନାରାୟଣ ମିଶ୍ର ଜଣେ କର୍ତ୍ତବ୍ୟରତ ମହିଳା ‌ପୁଲିସ ଅଧିକାରୀଙ୍କୁ ମାଡ଼ ମାରିବା ଦିଶୁନାହିଁ ? ସେ ଏବିଷୟରେ ଚୁପ୍ ରହିଛନ୍ତି କାରଣ ସେ ଭୟ କରୁଛନ୍ତି ଯେ ତାଙ୍କୁ ମଧ୍ୟ ଜୟନାରାୟଣ ଚପଲରେ ମାରିପାରନ୍ତି‌ ଯେପରି ସେ ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତିଙ୍କୁ ମାରିଥିଲେ। ଗଣମାଧ୍ୟମ ଆଗରେ ଏପରି ପୂର୍ବ ପ୍ରସ୍ତୁତ କାହାଣୀ ଉପସ୍ଥାପନ କରିବା ପୂର୍ବରୁ ଆମେ ତାଙ୍କୁ ପୁଲିସର କିଛି ତଦନ୍ତ ଏବଂ ଫରେନସିକ୍ ପାଠ୍ୟକ୍ରମ ପଢ଼ିବା ‌ଲାଗି ଅନୁରୋଧ କରୁଛୁ। ଲେଖାଶ୍ରୀ ପୁଲିସକୁ ତା’ର ତଦନ୍ତ ଏବଂ ନ୍ୟାୟପାଳିକାକୁ ସେମାନଙ୍କର କାର୍ଯ୍ୟ କରିବାକୁ ଦିଅନ୍ତୁ ବୋଲି ଇପ୍ସିତା କହିଛନ୍ତି। ସେହିପରି ସେ କହିଛନ୍ତି ଯେ ଲେଖାଶ୍ରୀ ୨୦୧୪ରେ ଖୋଲାଖୋଲି ଭାବେ ନବୀନ ନିବାସକୁ ଆସି ବିଜେଡି ଟିକେଟ୍ ମାଗିଥିଲେ। ୨୦୧୯ରେ ବି ଲୁଚିଛପି ନବୀନ ନିବାସ ଆସି ବିଜେଡି ଟିକେଟ୍ ମାଗିଥିଲେ। ଆମେ ଜାଣୁ ସେ ପୁଣି ୨୦୨୪ରେ ଲୁଚିଛପି ଆସି ବିଜେଡି ଟିକେଟ୍ ମାଗିବେ।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।