ରାଜ୍ୟ ସ୍ପେଶାଲ ରିପୋର୍ଟ

ଶିଶୁ ଦିବସ: ପଣ୍ଡିତ ଜବାହାର ଲାଲ୍‌ ନେହେରୁଙ୍କ ଜନ୍ମତିଥୀ, ବିଭିନ୍ନ ସ୍ଥାନରେ କାର୍ଯ୍ୟକ୍ରମ ସାଙ୍ଗକୁ ପ୍ରତିଯୋଗିତା

ଭୁବନେଶ୍ୱର ୧୪/୧୧: ଆଜିର ଶିଶୁ ହେଉଛନ୍ତି ଆସନ୍ତା କାଲିର ନାଗରିକ। ଦେଶର ଭବିଷତ ହେଉଛନ୍ତି ଆଜିର ଛୋଟ ଶିଶୁ। ଆମ ଦେଶରେ ପ୍ରତିବର୍ଷ ନଭେମ୍ବର ୧୪ ତାରିଖକୁ ଶିଶୁ ଦିବସ ଭାବରେ ପାଳନ କରାଯାଏ। କାରଣ ଶିଶୁମାନଙ୍କୁ ଭଲ ପାଉଥିବା ଚାଚା ନେହେରୁଙ୍କ ଏହା ହେଉଛି ଜନ୍ମଦିନ ।

ସୂଚନା ଥାଉକି, ଆମ ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ହେଉଛନ୍ତି ଚାଚା ନେହେରୁ । ପୁରା ନାମ ପଣ୍ଡିତ ଜବାହାରଲାଲ ନେହେରୁ । ନଭେମ୍ବର ୧୪ ଅର୍ଥାତ ଶିଶୁ ଦିବସ। ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହାରଲାଲ ନେହେରୁଙ୍କ ଜୟନ୍ତୀ। ସେ ଶିଶୁମାନଙ୍କୁ ଖୁବ୍ ଭଲ ପାଉଥିବାରୁ ତାଙ୍କ ଜନ୍ମଦିନକୁ ଦେଶବ୍ୟାପୀ ଶିଶୁ ଦିବସ ଭାବେ ପାଳନ କରାଯାଉଛି । ନେହେରୁଙ୍କ ଜନ୍ମ ୧୮୮୯ ମସିହା ନଭେମ୍ବର ୧୪ ତାରିଖରେ ଉତ୍ତରପ୍ରଦେଶର ପ୍ରୟାଗରାଜ (ଆଲ୍ଲାବାଦ)ରେ ହୋଇଥିଲା ।

ନେହେରୁଙ୍କ ଛୋଟ ପିଲାଙ୍କ ପ୍ରତି ବହୁତ ଭଲପାଇବା, ସ୍ନେହ ଓ ଶ୍ରଦ୍ଧା ଥିଲା, ଯେଉଁଥିପାଇଁ ପ୍ରତିବର୍ଷ ନଭେମ୍ବର ୧୪ ତାରିଖକୁ ଶିଶୁ ଦିବସ ରୂପେ ପାଳନ କରାଯାଏ ।ନେହେରୁଙ୍କୁ ସମସ୍ତେ ଶ୍ରଦ୍ଧାରେ ଚାଚା ନେହେରୁ ଓ ଚାଚାଜୀ ବୋଲି ସମ୍ବୋଧନ କରୁଥିଲେ । ଦେଶର କୋଣଅନୁକୋଣରେ ପଲ୍ଲୀଠୁ ଦିଲ୍ଲୀ ସବୁଠି ଶିଶୁଦିବସକୁ ଆନନ୍ଦର ସହ ପାଳନ କରାଯାଉଛି । ଶିଶୁଙ୍କ ଅଧିକାର, ଦାୟିତ୍ୱ ଓ ଶିକ୍ଷା ବିଷୟରେ ସଚେତନ କରିବା ଉଦ୍ଦେଶ୍ୟରେ ସାର ଦେଶ ପାଳୁଛି ଏହି ଏହି ମହାନ ଦିବସ ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।