କଳା ଓ ସଂସ୍କୃତି ରାଜ୍ୟ

ଶ୍ରୀଜୀଉଙ୍କ ଦର୍ଶନ କଲେ ନୀତି ଆୟୋଗ ଉପାଧ୍ୟକ୍ଷ

ପୁରୀ: ନୀତି ଆୟୋଗ ଉପାଧ୍ୟକ୍ଷ ଡକ୍ଟର ରାଜୀବ କୁମାର ଶ୍ରୀମନ୍ଦିର ଯାଇ ଜଗନ୍ନାଥଙ୍କୁ ଆଜି ସକାଳେ ଦର୍ଶନ କରିଛନ୍ତି। ନୀତି ଆୟୋଗର ବିଭାଗୀୟ ଉପଦେଷ୍ଟା ଅବିନାଶ ମିଶ୍ର, ଜିଲ୍ଲାପାଳ ଶ୍ରୀ ସମର୍ଥ ବର୍ମା, ଅତିରିକ୍ତ ଜିଲ୍ଲାପାଳ ପ୍ରଦୀପ କୁମାର ସାହୁ, ନୀତି ପ୍ରଶାସକ ଜିତେନ୍ଦ୍ର କୁମାର ସାହୁ, ପ୍ରୋଟକଲ ଅଫିସର ଗୋପିନାଥ ମିଶ୍ର, ସିଟି ଡିଏସପି ଜନାର୍ଦ୍ଦନ ପାଢୀ ପ୍ରମୁଖ ସାମିଲ ଥିଲେ ।

ନିତି ଆୟୋଗ ଉପାଧ୍ୟକ୍ଷ ଶ୍ରୀ କୁମାର ଓ ତାଙ୍କ ଟିମ୍ ତିନିଦିନିଆ ଓଡ଼ିଶା ଗସ୍ତରେ ଆସି ଲୋକସେବା ଭବନରେ ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀଙ୍କ ସହ ବିଭିନ୍ନ ବିକାଶ ମୂଳକ ପ୍ରସଙ୍ଗ ଉପରେ ବୁଧବାର ଦିନ ଆଲୋଚନା କରିଥିଲେ। ବୈଠକ ପରେ ଗଣମାଧ୍ୟମକୁ ସେ କହିଥିଲେ ଯେ କେନ୍ଦ୍ର ଓ ରାଜ୍ୟ ସରକାର ମିଶିକି କିପରି ବିକାଶ ଦିଗରେ କାର୍ଯ୍ୟ କରିପାରିବେ ସେ ନେଇ ଆଲୋଚନା ହୋଇଛି। ରାଜ୍ୟ ସରକାର ଅନେକ ପ୍ରସଙ୍ଗ ଉଠାଇଛନ୍ତି। ଏହାର ସମାଧାନ ପାଇଁ ଉଦ୍ୟମ କରାଯିବ। ଓଡ଼ିଶାକୁ ପ୍ରଶଂସା କରି ସେ କହିଥିଲେ ଯେ ୨୦୧୧-୨୦୨୦ ମଧ୍ୟରେ ଓଡ଼ିଶାରେ ମୁଣ୍ଡ ପିଛା ଆୟ ବଢ଼ିଛି। ପୁଷ୍ଟି କ୍ଷେତ୍ରରେ ରାଜ୍ୟ ଭଲ କାମ କରିଛି। ବିକାଶ ପ୍ରକ୍ରିୟାକୁ କିପରି ତ୍ବରାନ୍ବିତ କରାଯାଇପାରିବ ଓ ଆକାଂକ୍ଷୀ ଜିଲ୍ଲାରେ ଭଲ କାର୍ଯ୍ୟ ପାଇଁ କି କି ପଦକ୍ଷେପ ନିଆଯାଇପାରିବ, ସେ ନେଇ ଆଲୋଚନା ହୋଇଛି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଧର୍ମ

ଖୁବ ଶୀଘ୍ର ନିର୍ମାଣ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ

ରୀକ୍ଷେତ୍ରକୁ ବିଶ୍ୱସ୍ତରୀୟ ଐତିହ୍ୟର ସହର ଭାବେ ଗଢିବା ପାଇଁ ଖୁବ ଶୀଘ୍ର ଆରମ୍ଭ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ। ଏଥିପାଇଁ ଆଜି ପ୍ରକଳ୍ପ
କଳା ଓ ସଂସ୍କୃତି

ରୁଦ୍ରାକ୍ଷ ଧାରଣ କରିବା ପୂର୍ବରୁ ଜାଣନ୍ତୁ ଏହାର ଧାର୍ମିକ ମହତ୍ୱ

ରୁଦ୍ରାକ୍ଷ ଏକମାତ୍ର ଏମିତି ଫଳ ଯାହାର ଧର୍ମ, କର୍ମ, ଅର୍ଥ ଏବଂ ମୋକ୍ଷ ପ୍ରଦାନ କରିବାରେ ମହତ୍ଵପୁର୍ଣ ଭୂମିକା ରହିଛି | ଶିବ ପୁରାଣ, ପଦ୍ମା ପୁରାଣ,