କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନକ ଲାଗି ନୀତି

ପୁରୀ ୨୮।୧୦: ଶ୍ରୀମନ୍ଦିରରେ ଆଜି କାର୍ତ୍ତିକ ନୀତି ସହ ମହାପ୍ରଭୁଙ୍କ ଶ୍ରୀମୃଖ ଶୃଙ୍ଗାର ବା ବନକ ଲାଗି ନୀତି ଅନୁଷ୍ଠିତ ହେବ। ଆଜି ଦ୍ବିତୀୟ ଭୋଗ ମଣ୍ଡପ ପରେ ଦତ୍ତ ମହାପାତ୍ର ସେବାୟତମାନେ ମହାପ୍ରଭୁଙ୍କ ଏହି ନୀତି ଆରମ୍ଭ କରିବେ । ବନକଲାଗି ନୀତି ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନୀର୍ଘଣ୍ଟ ଚୂଡ଼ାନ୍ତ ହୋଇଛି ।

ପ୍ରଥା ଓ ପରମ୍ପରା ଅନୁଯାୟୀ ଶ୍ରୀମନ୍ଦିରରେ ପ୍ରତ୍ୟେକ ବୁଧବାର କିମ୍ବା ଗୁରୁବାରରେ ବନକ ଲାଗି ନୀତି ପାଳନ ହେବାର ବିଧି ରହିଛି । ଆଜି ଏହି ବନକଲାଗି ନୀତି ଅନୁଷ୍ଠିତ ହେଉଛି । ଦତ୍ତ ମହାପାତ୍ର ସେବାୟତମାନେ ଶ୍ରୀମନ୍ଦିର ନୀତି ନୀର୍ଘଣ୍ଟ ଅନୁଯାୟୀ ମଧ୍ୟାହ୍ନ ଧୂପ ପରେ ପହୁଡ ଆଳତୀ କରାଯାଇ ମହାପ୍ରଭୁଙ୍କର ଶ୍ରୀମୁଖ ଶୃଙ୍ଗାର ନୀତି ଆରମ୍ଭ କରାଯିବ । ପ୍ରାୟ ୪ ଘଣ୍ଟାର ଏହି ବନକ ଲାଗି ନୀତି ଥିବାରୁ ସର୍ବ ସାଧାରଣ ଦର୍ଶନକୁ ବନ୍ଦ କରାଯାଇ ମହାପ୍ରଭୁଙ୍କ ଶ୍ରୀମୁଖକୁ ବିଭିନ୍ନ ପ୍ରାକୃତିକ ରଙ୍ଗରେ ସଜ୍ଜିତ କରାଯିବାର ପରମ୍ପରା ରହିଛି । ତେବେ ବନକ ଲାଗି ପାଇଁ ଆବଶ୍ୟକ ହେଙ୍ଗୁଳ, ହରିତାଳ, କର୍ପୁର ଓ କସ୍ତୁରୀ ବ୍ୟବହାର କରାଯାଇ ଦତ୍ତ ମହାପାତ୍ର ସେବାୟତମାନେ ଏହି ନୀତି ସମ୍ପନ୍ନ କରିଥାନ୍ତି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଧର୍ମ

ଖୁବ ଶୀଘ୍ର ନିର୍ମାଣ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ

ରୀକ୍ଷେତ୍ରକୁ ବିଶ୍ୱସ୍ତରୀୟ ଐତିହ୍ୟର ସହର ଭାବେ ଗଢିବା ପାଇଁ ଖୁବ ଶୀଘ୍ର ଆରମ୍ଭ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ। ଏଥିପାଇଁ ଆଜି ପ୍ରକଳ୍ପ
କଳା ଓ ସଂସ୍କୃତି

ରୁଦ୍ରାକ୍ଷ ଧାରଣ କରିବା ପୂର୍ବରୁ ଜାଣନ୍ତୁ ଏହାର ଧାର୍ମିକ ମହତ୍ୱ

ରୁଦ୍ରାକ୍ଷ ଏକମାତ୍ର ଏମିତି ଫଳ ଯାହାର ଧର୍ମ, କର୍ମ, ଅର୍ଥ ଏବଂ ମୋକ୍ଷ ପ୍ରଦାନ କରିବାରେ ମହତ୍ଵପୁର୍ଣ ଭୂମିକା ରହିଛି | ଶିବ ପୁରାଣ, ପଦ୍ମା ପୁରାଣ,