ଅପରାଧ ରାଜ୍ୟ

ଶ୍ରୀମନ୍ଦିର ଚାରିପଟେ ଚାଲୁଥିବା କାମ ବନ୍ଦ କର, ନହେଲେ ଆଗାମୀ ଦିନରେ ଆନ୍ଦୋଳନ ଜୋରଦାର- ହିନ୍ଦୁ ସଂଗଠନ

ଭଦ୍ରକ ୦୮।୦୫ : ଶ୍ରୀମନ୍ଦିର ସୁରକ୍ଷା ଦାବିରେ ଶୋଭାଯାତ୍ରା । ଭଦ୍ରକରେ ବିଶ୍ୱ ହିନ୍ଦୁ ପରିଷଦ, ବଜରଙ୍ଗ ଦଳ ସମେତ ବହୁ ହିନ୍ଦୁ ସମିତି ପକ୍ଷରୁ ବିରାଟ ଶୋଭାଯାତ୍ରା କରାଯାଇଛି । ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି ।


ଖବର ଅନୁଯାୟୀ, ଶ୍ରୀମନ୍ଦିର ସୁରକ୍ଷା ଦାବିରେ ବିଭିନ୍ନ ହିନ୍ଦୁ ସଂଗଠନ ପକ୍ଷରୁ ଭଦ୍ରକ ବାଇପାସ ସ୍ଥିତ ଜଗନ୍ନାଥ ମନ୍ଦିର ନିକଟରୁ ଏକ ଶୋଭାଯାତ୍ରା ସହର ପରିକ୍ରମ କରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ନିକଟରେ ପହଞ୍ଚିଥିଲା । ସେଠାରେ ଶ୍ରୀମନ୍ଦିରକୁ ସୁରକ୍ଷା ଦିଆଯାଉ ବୋଲି ନାରାବାଜି କରିଥିଲେ ।

ପୁରୀରେ ଚାଲିଥିବା ନିର୍ମାଣ କାର୍ଯ୍ୟ ମନ୍ଦିର ଉପରେ ପ୍ରଭାବ ପକାଇବ ବୋଲି କର୍ମକର୍ତ୍ତାମାନେ କହିଥିଲେ । ଏହାସହିତ ଯଦି ରାଜ୍ୟ ସରକାର ତୁରନ୍ତ କାର୍ଯ୍ୟକୁ ବନ୍ଦ ନକରନ୍ତି, ତେବେ ଆଗାମୀ ଦିନରେ ଏହି ଆନ୍ଦୋଳନକୁ ଜୋରଦାର କରାଯିବ ବୋଲି ଚେତାବନୀ ଦେଇଛନ୍ତି । ଶେଷରେ ହିନ୍ଦୁ ସଂଗଠନ ପକ୍ଷରୁ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।