ରାଜ୍ୟ ସ୍ପେଶାଲ ରିପୋର୍ଟ

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ: ମହାଯଜ୍ଞ ସ୍ଥଳ ଚିହ୍ନଟ

ପୁରୀ: ଜାନୁଆରି ୧୭ ତାରିଖରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବ ଅନୁଷ୍ଠିତ ହେବ। ଏହି ଉପଲକ୍ଷେ ଜାନୁଆରି ୧୨ ତାରିଖରୁ ଭବ୍ୟ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି। ଶ୍ରୀମନ୍ଦିର ଐଶାନ୍ୟ କୋଣରେ ମହାଯଜ୍ଞର ଆୟୋଜନ ପାଇଁ ମୁକ୍ତିମଣ୍ଡପ ବ୍ରାହ୍ମଣ ଓ ଶ୍ରୀମନ୍ଦିର ପୁରୋହିତ ପରାମର୍ଶ ଦେବା ପରେ ଉତ୍ତର-ପୂର୍ବ କୋଣରେ ଉତ୍ତରପାର୍ଶ୍ବ ମଠ ଓ ଦୋଳବେଦି ମଝିରେ ଏକ ସ୍ଥାନ ଚିହ୍ନଟ ହୋଇଛି। ଚିହ୍ନଟ ସ୍ଥାନରେ ବର୍ଗାକାର ଧଳା ଦାଗ ଦେଇ ଏହି ଜାଗାକୁ ବିକଶିତ କରିବାର ଯୋଜନା ରହିଛି। ସୂଚନାଯୋଗ୍ୟ, ୨୦୨୪ ଜାନୁଆରି ୧୭ ତାରିଖରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବ ଅନୁଷ୍ଠିତ ହେବ। ଏହାର ୬ ଦିନ ପୂର୍ବରୁ ଅର୍ଥାତ୍‌ ଜାନୁଆରି ୧୨ରୁ ୧୭ ତାରିଖ ପର୍ଯ୍ୟନ୍ତ, ୬ ଦିନ ଧରି ଭବ୍ୟ କାର୍ଯ୍ୟକ୍ରମ ଆୟୋଜନ ହେବ। ଜାନୁଆରି ୧୭ ତାରିଖରେ ଅପରାହ୍ଣ ସାଢ଼େ ଗୋଟାଏରୁ ୨ଟା ୨୫ ଭିତରେ ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କ ଦ୍ବାରା ମହାଯଜ୍ଞର ପୂର୍ଣ୍ଣାହୂତି ଦିଆଯିବ ଓ ପରିକ୍ରମା ପ୍ରକଳ୍ପର ଫଳକ ଲୋକାର୍ପିତ ହେବ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।