ଅପରାଧ ରାଜ୍ୟ

ଶ୍ରୀମନ୍ଦିର ସିଂହଦ୍ଵାର ସମ୍ମୁଖ ରାସ୍ତା ପାଲଟିଛି ମରଣଯନ୍ତା, ନାହିଁ ନଥିବା ଅସୁବିଧା ଭୋଗୁଛନ୍ତି ଭକ୍ତ

ପୁରୀ ୧୮।୦୮: ଶ୍ରୀମନ୍ଦିର ସିଂହଦ୍ଵାର ସମ୍ମୁଖ ରାସ୍ତା ପାଲଟିଛି ମରଣଯନ୍ତା। ଏହି ରାସ୍ତା ଦେଇ ସ୍ଥାନୀୟ ବାସିନ୍ଦା ଓ ସାଧାରଣ ବ୍ୟକ୍ତି ଯିବାଆସିବା କରୁଥିବା ବେଳେ ଭକ୍ତ ମାନେ ମଧ୍ୟ ମହାପ୍ରଭୁଙ୍କ ଦର୍ଶନ ପାଇଁ ଏହି ରାସ୍ତା ଦେଇ ଶ୍ରୀମନ୍ଦିର ଯାଇଥାନ୍ତି।

ତେବେ ବିଶ୍ବ ଐତିହ୍ୟ ନଗରୀ ଭାବେ ଶ୍ରୀକ୍ଷେତ୍ରକୁ ଗଢି ତୋଳିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ଚାଲିଥିଲେ ହେଁ ପ୍ରଶାସନିକ ଅବହେଳା ଯୋଗୁଁ ସିଂହଦ୍ଵାର ସମ୍ମୁଖ ରାସ୍ତା ମରଣଯନ୍ତା ପାଲଟିଛି। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିର ଆସୁଥିବା ଭକ୍ତ ମାନେ ସିଂହଦ୍ଵାର ସମ୍ମୁଖରେ ରାସ୍ତାର ଏଭଳି ଦୃଶ୍ୟ ଦେଖି ଉଦବେଗ ପ୍ରକାଶ କରିଛନ୍ତି। କେବଳ ସେତିକି ନୁହେଁ ଏହି ରାସ୍ତା ଦେଇ ଯିବାଆସିବା କରୁଥିବା ସ୍ଥାନୀୟ ବାସିନ୍ଦା ଓ ସାଧାରଣ ଲୋକେ ମଧ୍ୟ ନାହିଁ ନଥିବା ଅସୁବିଧା ଭୋଗୁଛନ୍ତି।

ଶ୍ରୀମନ୍ଦିର ଚତୁଃପାର୍ଶ୍ଵରେ ଚାଲିଥିବା ଐତିହ୍ୟ ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ପାଇଁ ବଡ ବଡ ଯାନ ଏହି ରାସ୍ତା ଦେଇ ଯିବାଆସିବା କରୁଥିବାରୁ ରାସ୍ତାରେ ଏଭଳି ବଡ ବଡ ଗାତ ସୃଷ୍ଟି ହୋଇଛି। ବାରମ୍ବାର ଏହାର ମରାମତି କରାଗଲେ ମଧ୍ୟ କୌଣସି ସୁଫଳ ମିଳୁନାହିଁ। ତେବେ ଆଜି ପବିତ୍ର ଜନ୍ମାଷ୍ଟମୀ ଅବସରରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିର ଆସିଥିବା ଭକ୍ତ ମାନେ ଶ୍ରୀମନ୍ଦିର ସିଂହଦ୍ଵାର ସମ୍ମୁଖ ରାସ୍ତାର ଏଭଳି ଅବସ୍ଥା ଦେଖି କ୍ଷୋଭ ପ୍ରକାଶ କରିଛନ୍ତି। ତୁରନ୍ତ ଏହାର ମରାମତି କରାନଗଲେ ଶ୍ରୀମନ୍ଦିର ପ୍ରତି ବିପଦ ଆସିପାରେ ବୋଲି ସେବାୟତ ମାନେ ମତପ୍ରକାଶ କରିଛନ୍ତି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।